ଚାଇନା-ଆମେରିକା ମଧ୍ୟରେ ବଢୁଛି ଟାରିଫ ୱାର୍‌

ନୂଆଦିଲ୍ଲୀ,୧୧।୪: ବିଶ୍ୱର ଦୁଇ ଅର୍ଥନୈତିକ ମହାଶକ୍ତି ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ ୱାର୍‌ ବଢିବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଚୀନରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ୧୨୫ ପ୍ରତିଶତରୁ ୧୪୫ ପ୍ରତିଶତକୁ ଟାରିଫ ବୃଦ୍ଧି କରିଛନ୍ତି। ଆମେରିକାର ଏହି ପଦକ୍ଷେପ ପରେ କ୍ରୋଧିତ ହୋଇ ଉଠିଛି ଚାଇନା। ଶୁକ୍ରବାର ସବୁଠାରୁ ବଡ଼ ପ୍ରତିଆକ୍ରମଣ କରିଛି ଚାଇନା। ଆମେରିକାରୁ ଆମଦାନି ହେଉଥିବା ସାମଗ୍ରୀ ଉପରେ ଚାଇନା ୮୪ ପ୍ରତିଶତରୁ ୧୨୫ ପ୍ରତିଶତକୁ ଟାରିଫ ବୃଦ୍ଧି କରିଛି।

ଅନ୍ୟପକ୍ଷେ ଆମେରିକା ଏବଂ ଚାଇନାର ଏହି କାର୍ଯ୍ୟାନୁଷ୍ଠାନ ସହିତ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଆହୁରି ବଢ଼ିଯାଇଛି। ଶୁକ୍ରବାର ଜାରି ହୋଇଥିବା ଏକ ବିବୃତ୍ତିରେ ଚାଇନାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆମେରିକା ଦ୍ୱାରା ଚାଇନା ଉପରେ ଅସାଧାରଣ ଟାରିଫ ଲାଗୁ କରିବା ଅନ୍ତର୍ଜାତୀୟ ଏବଂ ଅର୍ଥନୈତିକ ବାଣିଜ୍ୟ ନିୟମ ଏବଂ ମୌଳିକ ଅର୍ଥନୈତିକ ଆଇନର ଉଲ୍ଲଂଘନ କରୁଛି। ଏହା ଏକପାଖିଆ ଭୟଭୀତ କରିବା ଏବଂ ବଳପୂର୍ବକ ବ୍ୟବହାର କରାଯାଉଛି।

ଚାଇନା ଅର୍ଥ ମନ୍ତ୍ରଣାଳୟ ଆହୁରି କହିଛି ଯେ, ଯଦି ଆମେରିକା ଚାଇନାକୁ ପଠାଯାଉଥିବା ସାମଗ୍ରୀ ଉପରେ ଟାରିଫ ଲଗାଇବା ଜାରି ରଖେ, ତେବେ ଚାଇନା ଏହାକୁ ଅଣଦେଖା କରିବ ନାହିଁ।

ସୂଚନା ଯୋଗ୍ୟ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରେସିପ୍ରୋକାଲ ଟାରିଫ କାର୍ଯ୍ୟକାରିତାକୁ ୯୦ ଦିନ ସ୍ଥଗିତ ରଖିବା ପରେ ୟୁରୋପୀୟ ସଂଘ (ଇୟୁ) ମଧ୍ୟ ଆମେରିକା ସାମଗ୍ରୀ ଉପରେ ଲଗାଇବାକୁ ଥିବା ପାଲଟା ଶୁଳ୍କକୁ ୯୦ ଦିନ ଅଟକାଇବାକୁ ନିଷ୍ପତ୍ତି ନେଇଛି।

ବୁଝାମଣା ପାଇଁ ଏକ ସୁଯୋଗ ଦେବା ନିମନ୍ତେ ଆମେ ଟାରିଫ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛୁ ବୋଲି ଇୟୁ ମୁଖ୍ୟ ଉର୍ସୁଲା ଭନ ଡେର୍‌ ଲେୟେନ କହିଛନ୍ତି। ତେବେ ଆମେରିକା ସାମଗ୍ରୀ ଉପରେ ୨୭ ସଦସ୍ୟ ରାଷ୍ଟ୍ର ବିଶିଷ୍ଟ ଇୟୁ କେତେ ପ୍ରତିଶତ ଶୁଳ୍କ ଲଗାଇଥାନ୍ତା, ତାହା ଘୋଷଣା କରିନାହିଁ। ଯଦି ବୁଝାମଣା ସନ୍ତୋଷଜନକ ନ ହୁଏ, ତେବେ ଆମେ ପାଲଟା ଶୁଳ୍କ ଲାଗୁ କରିବୁ ବୋଲି ୟୁରୋପୀୟ କମିଶନ ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଆସୁଛି ବଡ଼ ତୈଳ ସଙ୍କଟ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri