Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ଯୋଗୁ ଚାଇନା ଏବେ ୨୪୫ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍‌ ଦେବାକୁ ପଡ଼ିବ। ଆମେରିକାର ଆମଦାନୀ ହୋଇଥିବା ଖଣିଜ ପଦାର୍ଥ ଏବଂ ସେଥିରୁ ତିଆରି ଉତ୍ପାଦ ଉପରେ ନିର୍ଭରଶୀଳତା ଯୋଗୁ ସୃଷ୍ଟି ହେଉଥିବା ବିପଦର ଯାଞ୍ଚ୍‌ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ସ୍ବାକ୍ଷର କରିବା ପରେ ଏହି ସୂଚନା ସାମ୍ନାକୁ ଆସିଛି।

ଏହି ଦଲିଲରେ ଟ୍ରମ୍ପଙ୍କ ଦାବି ଉଦ୍ଧୃତ କରାଯାଇଛି,ବିଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ ଉପରେ ଅତ୍ୟଧିକ ନିର୍ଭରଶୀଳତା ଏବଂ ସେମାନଙ୍କର ନିମ୍ନମାନର ଉତ୍ପାଦଗୁଡ଼ିକ ଆମେରିକାର ପ୍ରତିରକ୍ଷା କ୍ଷମତା, ଭିତ୍ତିଭୂମି ବିକାଶ ଏବଂ ପ୍ରଯୁକ୍ତିବିଦ୍ୟା ନବସୃଜନକୁ ବିପଦରେ ପକାଇପାରେ।

ଏହି ଆଦେଶରେ କୁହାଯାଇଛି, ଟ୍ରମ୍ପ ସମସ୍ତ ଦେଶ ଉପରେ ୧୦ ପ୍ରତିଶତ ଟାରିଫ୍‌ ଲାଗୁ କରିଛି ଏବଂ ଯେଉଁ ଦେଶ ସହିତ ଆମେରିକାର ସର୍ବାଧିକ ବାଣିଜ୍ୟ ନିଅଣ୍ଟ ଅଛି ସେମାନଙ୍କ ଉପରେ ପାରସ୍ପରିକ ଭାବରେ ଅଧିକ ଟାରିଫ୍‌ ଲାଗୁ କରିଛି।

ହ୍ବାଇଟ ହାଉସ କହିଛି, ୭୫ରୁ ଅଧିକ ଦେଶ ନୂତନ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା କରିବା ପାଇଁ ପୂର୍ବରୁ ଯୋଗାଯୋଗ କରିସାରିଛନ୍ତି। ଏହାକୁ ଦୃଷ୍ଟିରେ ରଖି, ଚାଇନା ବ୍ୟତୀତ ଅନ୍ୟ ଦେଶଗୁଡ଼ିକ ଉପରେ ପ୍ରତିଶୋଧମୂଳକ ଟାରିଫ୍‌କୁ ଆପାତତଃ ସ୍ଥଗିତ ରଖାଯାଇଛି।

ଆମେରିକା ଅନୁଯାୟୀ, ଚାଇନା ପ୍ରତିଶୋଧ ନେଇଛି ଏବଂ ତେଣୁ ଆମେରିକାରେ ଆମଦାନୀ ହେଉଥିବା ଚାଇନା ଉତ୍ପାଦ ଉପରେ ୨୪୫ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍‌ ଲାଗୁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri