‘ବିଦ୍ୟୁତ୍‌ ଘରୋଇକରଣ ବନ୍ଦ ନ ହେଲେ ଶୁଳ୍କ ବଢ଼ିବ’

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ନେସ୍‌କୋ, ଓ୍ବେସ୍‌କୋ ଏବଂ ସାଉଥ୍‌କୋର ପରିଚାଳନା ଭାର ରିଲାଏନ୍ସ ଏନର୍ଜୀକୁ ଦେଇ ଯେଉଁ କ୍ଷତି ସହିଛନ୍ତି, ତାକୁ ପର୍ଯ୍ୟାୟକ୍ରମେ ଗ୍ରୀଡ୍‌କୋ ଜରିଆରେ ଶୁଳ୍କ ବୃଦ୍ଧି କରି ଗ୍ରାହକଙ୍କଠାରୁ ଆଦାୟ କରିବା ଆରମ୍ଭ କରିଛନ୍ତି। ୨୦୨୦-୨୧ ବର୍ଷ ପାଇଁ ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ବିଦ୍ୟୁତ୍‌ ଶୁଳ୍କ କମାଇବା ସହିତ ବିଭିନ୍ନ ବର୍ଗର ଗ୍ରାହକଙ୍କୁ ମାଗଣା ବିଦ୍ୟୁତ୍‌ ଦେଉଛନ୍ତି। ଏପରିକି କୋଟି କୋଟି ଟଙ୍କା ସବ୍‌ସିଡି ଦେଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ସାହାଯ୍ୟ କରୁଥିବା ବେଳେ ଓଡ଼ିଶା ସରକାର ନିଜ କମ୍ପାନୀ ଗ୍ରୀଡ୍‌କୋ, ଜଳ ବିଦ୍ୟୁତ୍‌ ନିଗମ, ଓପିଜିସି ଇତ୍ୟାଦିର ୨୦୨୧-୨୨ ବର୍ଷ ପାଇଁ ବିଦ୍ୟୁତ୍‌ ଦର ବୃଦ୍ଧି କରିବାକୁ ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି)ଙ୍କ ନିକଟରେ ପ୍ରସ୍ତାବ ଦେଇଛନ୍ତି । ଘରୋଇକରଣ ବନ୍ଦ ନ ହେଲେ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ଶୁଳ୍କର ଚାପ ବଢ଼ିବା ସହିତ ଶୁଳ୍କ ବଢ଼ି ବଢ଼ି ଚାଲିବ। ଗ୍ରୀଡ୍‌କୋ ଏବଂ ବିଦ୍ୟୁତ୍‌ ବିତରଣ କମ୍ପାନୀର ଅପାରଗତାକୁ ଘୋଡ଼ାଇବାକୁ ଯାଇ ଓଇଆରସି ଟାଟା ପାଓ୍ବାରକୁ ଏକଚାଟିଆ ବ୍ୟବସାୟ କରିବାକୁ ସୁଯୋଗ ଦେବା ସହ ଘରୋଇ କମ୍ପାନୀକୁ ସୁହାଇଲା ଭଳି ଗ୍ରାହକଙ୍କ ଉପରେ ଶୁଳ୍କ ବୃଦ୍ଧି କରିବାକୁ ଯୋଜନା କରାଯାଉଛି। ଏପରି କଲେ ପ୍ରବଳ ଜନଅସନ୍ତୋଷ ଦେଖାଦେବ ବୋଲି ବିଦ୍ୟୁତ୍‌ ଶ୍ରମିକ, କର୍ମଚାରୀ ଏକତା ମଞ୍ଚ ପକ୍ଷରୁ ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରମେଶ ଶତପଥୀ କହିଛନ୍ତି। ଖବରଦାତା ସମ୍ମିଳନୀରେ ଓଏସ୍‌ସିବି କର୍ମଚାରୀ ଫେଡେରେଶନର ସାଧାରଣ ସମ୍ପାଦକ ଯତୀନ୍ଦ୍ର ରାୟ, ନିଖିଳ ଓଡ଼ିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘର ସାଧାରଣ ସମ୍ପାଦକ ଅକ୍ଷୟ କୁମାର ତ୍ରିପାଠୀ, ସଭାପତି ପ୍ରଶାନ୍ତ ମହାପାତ୍ର, ପଶ୍ଚିମ ଓଡ଼ିିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘର ସାଧାରଣ ସମ୍ପାଦକ ଲଳିତ ପଟ୍ଟନାୟକ, ସମ୍ପାଦକ ପ୍ରଣୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଷଲ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri