କରୋନା ସଙ୍କଟ ମଧ୍ୟରେ ସାହାଭରସା ଭାସମାନ ଆମ୍ବୁଲାନ୍ସ

ଶ୍ରୀନଗର,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀ ଅନେକ ପରିବାରଠାରୁ ନିଜ ଆତ୍ମୀୟଙ୍କୁ ଛଡ଼ାଇ ନେଉଥିବା ବେଳେ ଏହି ସମୟରେ ଲୋକଙ୍କ ଅମାନବିକତା ମଧ୍ୟ ପରିଲକ୍ଷିତ ହେଉଛି। କରୋନା କାଳରେ ସଂଘର୍ଷ କରୁଥିବା ଲୋକଙ୍କ ପାଇଁ କେହି ସାହାଯ୍ୟର ହାତ ବଢ଼ାଉଥିବା ବେଳେ ଆଉ କେହି ପଛଘୁଞ୍ଚା ମଧ୍ୟ ଦେଉଥିବା ଦୃଶ୍ୟ ବହୁଥର ସାମ୍ନାକୁ ଆସିଛି। ହେଲେ କେତେକଙ୍କ ବଦାନ୍ୟତା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇଥାଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରରେ। ଜମ୍ମୁ-କଶ୍ମୀରର ଜଣେ ଯୁବକ କୋଭିଡ ଆକ୍ରାନ୍ତଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜ ନୌକାକୁ ଆମ୍ବୁଲାନ୍ସ କରିଥିବା ଜଣାପଡ଼ିଛି।

 

ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ତାରିକ ଅହମଦ ପତଲୁ ନାମକ ଜଣେ ଯୁବକ ଶ୍ରୀନଗରର ପ୍ରସିଦ୍ଧ ଡଲ ହ୍ରଦରେ ଏକ ନୌକାକୁ ଆମ୍ବୁଲାନ୍ସରେ ପରିଣତ କରିଛନ୍ତି। ଏହା ମାଧ୍ୟମରେ ସେ କୋଭିଡ ରୋଗୀଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ସାହାଯ୍ୟ କରିଥାନ୍ତି। ଏହି ନୌକା ଆମ୍ବୁଲାନ୍ସର ବିଶେଷତଃ ହେଲା ଏଥିରେ ପିପିଇ କିଟ୍‌, ଷ୍ଟ୍ରେଚର ଓ ହ୍ବିଲ ଚେୟାର ମଧ୍ୟ ରହିଛି। ଜରୁରୀକାଳୀନ ସମୟରେ ଏହି ହ୍ରଦ ନିକଟବର୍ତ୍ତୀ ରହୁଥିବା ଲୋକଙ୍କୁ ତାରିକ ମାଗଣାରେ ହସ୍ପିଟାଲ ପହଞ୍ଚାଇଥାନ୍ତି। ଏହାଦ୍ୱାରା ତାଙ୍କୁ ଆତ୍ମସନ୍ତୋଷ ମିଳିଥାଏ ବୋଲି ସେ କହିଛନ୍ତି। ସୂଚନା ମୁତାବକ ନିକଟରେ ତାରିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲ ନେବା ପାଇଁ କେହି ଆଗକୁ ଆସି ନ ଥିଲେ। ସେହି ସମୟରେ ସମ୍ମୁଖୀନ ହୋଇଥିବା ସମସ୍ୟାକୁ ଦୃଷ୍ଟିରେ ରଖି ସେ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ହସ୍ପିଟାଲରେ ଚିକିତ୍ସିତ ହୋଇ ଘରକୁ ଫେରିବା ପରେ ଲୋକଙ୍କ ସହାୟତା ପାଇଁ ସେ ନିଜ ଖର୍ଚ୍ଚରେ ଉକ୍ତ ହ୍ରଦରେ ଆମ୍ବୁଲାନ୍ସ ତିଆରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri