ଜବରଦଖଲକାରୀଙ୍କ କବ୍‌ଜାରେ ତାରପୁର ବାଇପାସ ରୋଡ୍‌

ରଘୁନାଥପୁର,୧୪।୧୧(ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥର ତାରପୁର ବାଇପାସ୍‌ ରୋଡ୍‌କୁ କେତେଜଣ ସ୍ଥାନୀୟ ବ୍ୟବସାୟୀ ମାଡ଼ିବସି ଜବରଦଖଲରେ ରଖିଛନ୍ତି। ଫଳରେ ପଥଚାରୀମାନେ ଯାତାୟାତ ସମୟରେ ଅସୁବିଧା ଭୋଗୁଛନ୍ତି। ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏହି ରାସ୍ତାରେ ବର୍ଷେ ହେବ ଜଣେ ବ୍ୟବସାୟୀ ବାଲି ଗଦାକରି ରଖିଥିବାରୁ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି।
ଏହାଛଡ଼ା ବିଭିନ୍ନ ଦୋକାନକୁ ସଉଦାପତ୍ର କିଣିବା ପାଇଁ ଆସୁଥିବା ବ୍ୟକ୍ତି ବାଇକ୍‌ ଓ କାର ପାର୍କିଂ ପାଇଁ ସ୍ଥାନ ନ ପାଇ ରୋଡ୍‌ ଉପରେ ରଖୁଛନ୍ତି। ଅନେକ ସମୟରେ ଭାରିଯାନ ଚାଳକମାନେ ପାରାଦୀପ ପଟୁ ଆସି ରଙ୍ଗ୍‌ ସାଇଡ୍‌ରେ ଗାଡ଼ି ନେଉଥିବାରୁ ଦୁର୍ଘଟଣା ବୃଦ୍ଧି ପାଉଛି। ଶନିବାର ଜଣେ ହାଇୱା ଚାଳକ ରଙ୍ଗ ସାଇଡ୍‌ରେ ଗାଡ଼ି ନେଇ ଯିବାରୁ ଦୁଇ ବାଇକ୍‌ ଆରୋହୀ ଦୁର୍ଘଟଣାର ଶିକାର ହୋଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବାଇକ୍‌ ଉପରେ ଗାଡ଼ି ଚଢ଼ିଯାଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ପ୍ରଶାସନ ପକ୍ଷରୁ ସେଭଳି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଜବରଦଖଲକାରୀ ସରକାରୀ ରାସ୍ତାକୁ ଅବରୋଧ କରିଚାଲିଛନ୍ତି। ଆର୍‌ଆଣ୍ଡବି ବିଭାଗ ପକ୍ଷରୁ ସରକାରୀ ରାସ୍ତା ଅବରୋଧକୁ ହଟାଇବା ପାଇଁ କୁହାଯାଇଥିଲେ ସୁଦ୍ଧା ସ୍ଥାନୀୟ ବ୍ୟବସାୟୀମାନେ କର୍ଣ୍ଣପାତ କରୁନାହାନ୍ତି। ଏ ସମ୍ପର୍କରେ ସମ୍ପୃକ୍ତ ବିଭାଗ ପକ୍ଷରୁ ତହସିଲଦାରଙ୍କୁ ଅବଗତ କରାଯାଇଛି ବୋଲି ଯନ୍ତ୍ରୀ ବିନୟ କୁମାର ସାହୁ ପ୍ରକାଶ କରିଛନ୍ତି। ବାଇପାସ୍‌ ରାସ୍ତାରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ବ୍ୟବସ୍ଥା କରିବା ସହ ଜିଲାପାଳ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri