Posted inଜାତୀୟ

ତରୁଣ କପୁର ହେଲେ ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା

ନୂଆଦିଲ୍ଲୀ,୩।୫: ପୂର୍ବତନ ପେଟ୍ରୋଲିୟମ ସଚିବ ତରୁଣ କପୁରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପଦେଷ୍ଟା ଭାବେ ସୋମବାର ନିଯୁକ୍ତି ପ୍ରଦାନ କରାଯାଇଛି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ଉପଦେଷ୍ଟା ଭାବେ କପୁରଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ଏହି ପଦବୀ ଭାରତ ସରକାରଙ୍କ ସଚିବ ପାହ୍ୟାର। ୧୯୮୭ ବ୍ୟାଚ୍‌ର ହିମାଚଳପ୍ରଦେଶ କ୍ୟାଡର ଆଇଏଏସ୍‌ ଅଫିସର କପୁର ଉକ୍ତ ପଦବୀରେ ଦୁଇବର୍ଷ ପାଇଁ କାର୍ଯ୍ୟ କରିବେ। ସେ ୨୦୨୧ ନଭେମ୍ବର ୩୦ରେ ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ଭାବେ ଅବସର ଗ୍ରହଣ କରିଥିଲେ। ବରିଷ୍ଠ ପ୍ରଶାସନିକ ଅଧିକାରୀ ହରି ରଞ୍ଜନ ରାଓ ଏବଂ ଅତିଶ ଚନ୍ଦ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ୧୯୯୪ ବ୍ୟାଚ୍‌ର ମଧ୍ୟପ୍ରଦେଶ କ୍ୟାଡର ଆଇଏଏସ୍‌ ଅଫିସର ରାଓ ଏବେ ଟେଲିକମ୍ୟୁନିକେଶନ ବିଭାଗର ୟୁନିଭର୍ସାଲ ସର୍ଭିସେସ୍‌ ଅବ୍ଲିଗେଶନ ଫଣ୍ଡ୍‌ର ପ୍ରଶାସକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ବ୍ୟାଚ୍‌ମେଟ୍‌ ତଥା ବିହାର କ୍ୟାଡର ଆଇଏଏସ୍‌ ଅଫିସର ଚନ୍ଦ୍ରା ଏବେ ଭାରତର ଖାଦ୍ୟ ନିଗମ, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri