ବିମାନ ଦୁର୍ଘଟଣାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ଓ୍ବାଶିଂଟନ୍‌,୩୧।୫: ଆମେରିକାରେ ଏକ ବିମାନ ଦୁର୍ଘଟଣାରେ ତାରଜାନ ଅଭିନେତା ଜୋ ଲାରାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ଏହି ଦୁର୍ଘଟଣାରେ ଜୋ ଲାରାଙ୍କ ସ୍ତ୍ରୀଙ୍କ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ଜୋଙ୍କ ସହ ଅନ୍ୟ ୬ଜଣ ଲୋକ ଏକ ଛୋଟ ବିମାନରେ ଯାତ୍ରା କରୁଥିଲେ। ଏହି ବିମାନ ସ୍ମିରନା ରାଉଟରଫୋର୍ଡ କାଉଣ୍ଟି ବିମାନବନ୍ଦରରୁ ପାଲମ ବିଚ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଯାଉଥିଲା। ବିମାନଟି ନାଶଭିଲ ନିକଟ ଟେନିସି ହ୍ରଦରେ ଖସିପଡିଥିଲା। ଏହି ଘଟଣାର ପୋଲିସର ତଦନ୍ତ ଆରମ୍ଭ ହୋଇଛି। ଏବେ ହ୍ରଦରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ବିମାନ ଅଧିକାରୀ କହିଛନ୍ତି ଯେ, ଏହି ୭ ହେଉଛନ୍ତି ବ୍ରେଣ୍ଡନ ହାନ୍ନା, ଗ୍ବେନ ଏସ ଲାରା, ୱିଲିୟମ ଜେ ଲାରା, ଡେଭିଡ ଏଲ ମାର୍ଟିନ, ଜେନିଫର୍‌ ଜେ ମାର୍ଟିନ, ଜେସିକା ୱାଲ୍ଟର୍ସ ଏବଂ ଜୋନାଥନ ୱାଲ୍ଟରର୍ସ। ସମସ୍ତେ ଟେନେସିର ବ୍ରେଣ୍ଟଉଡ ବାସିନ୍ଦା। ପରିବାର ସହିତ ନିଶ୍ଚିତ କରିବା ପରେ ସେମାନଙ୍କ ନାମ ସାର୍ବଜନୀନ କରାଯାଇଛି।
୧୯୯୦ରେ ଟିଭି ସିରିଜ୍‌ରେ ‘ତାରଜାନ’ରେ ଲାରା ତାରଜାନ ଭୂମିକାରେ ଅଭିନୟ କରିଥିଲେ। ପରେ ସେ ଟିଭି ଧାରାବାହିକ ‘ତାରଜାନ: ଦି ଏପିକ ଆଡଭେଞ୍ଚର୍ସ‘ରେ ମଧ୍ୟ ଅଭିନୟ କରିଥିଲେ। ଏଥିରେ ଲାରାଙ୍କ ଅଭିନୟକୁ ବହୁତ ପ୍ରଶଂସା କରାଯାଇଥିଲା। ସଙ୍ଗୀତରେ କ୍ୟାରିଅର୍‌ କରିବା ପାଇଁ ୨୦୦୨ରେ ଲାରା କୋଡିଏ ବର୍ଷର ଅଭିନୟ କ୍ୟାରିୟର ଛାଡିଥିଲେ। ଆକ୍ସନ ଫିଲ୍ମ ଆର୍ମଷ୍ଟ୍ରଙ୍ଗ ଏବଂ ୱାରହେଡ ପାଇଁ ତାଙ୍କୁ ଆଜି ମଧ୍ୟ ଦର୍ଶକ ମନେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri