ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଟସରଚାଷ ପାଇଁ ସାରା ରାଜ୍ୟରେ ପ୍ରସିଦ୍ଧି ଲାଭ କରିଛି। ଟସର ଚାଷୀ ଓ ଗ୍ରାମୀଣ ଉଦ୍ୟୋଗୀଙ୍କ ବ୍ୟତୀତ ଏହା ଉପରେ ଅନେକ ହିତାଧିକାରୀ ନିର୍ଭର କରୁଥିବାରୁ ସରକାର ଟସର ଚାଷର ପ୍ରସାର ପାଇଁ ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି। ସୁନ୍ଦରଗଡ଼ର ବଣାଇ, କୋଇଡ଼ା, ଲହୁଣିପଡ଼ା, ବିଶ୍ରା, ବଡ଼ଗାଁ ବ୍ଲକ୍ରେ ଟସର ଚାଷ କରାଯାଉଛି। ଜିଲାରେ ପ୍ରାୟ ୩ ହଜାର ଚାଷୀ ପରିବାର ଏହା ମାଧ୍ୟମରେ ଜୀବିକା ନିର୍ବାହ କରୁଛନ୍ତି। ଚାଷୀଙ୍କୁ ଆର୍ଥିକ ଓ ବୈଷୟିକ ସହାୟତା ଯୋଗାଇଦେବା ପାଇଁ ରେଶମ ନିର୍ଦ୍ଦେଶାଳୟ ଅଧୀନରେ ଏହି ଜିଲାରେ ୯ଟି ଚାଷୀ ସହଯୋଗ ସମିତି ରହିଛି। ବନୀକରଣ ଏବଂ ବିହନ ଯୋଗାଇଦେବାଠାରୁ ଆରମ୍ଭକରି କୋଷା ଅମଳ ପର୍ଯ୍ୟନ୍ତ ଟସର ଚାଷୀଙ୍କୁ ସହଯୋଗ ସମିତି ସହାୟତା ଓ ପ୍ରୋତ୍ସାହନ ପ୍ରଦାନ କରୁଛି। ସୁନ୍ଦରଗଡ଼ ଜିଲାରେ ପ୍ରାୟତଃ ୬୦ ଲକ୍ଷରୁ ଅଧିକ ଟସର କୋଷା କ୍ରୟବିକ୍ରୟ ହେଉଥିବା ବେଳେ ୨ କୋଟିରୁ ଅଧିକ ଟଙ୍କାର କାରବାର ହେଉଛି। ଟସର କୀଟ ପାଳନ ଅସନ ଓ ଅର୍ଜୁନ ଗଛରେ କରାଯାଇଥାଏ। ତେଣୁ ରେଶମ ନିର୍ଦ୍ଦେଶାଳୟ ପକ୍ଷରୁ ସମିତି ମାଧ୍ୟମରେ ଚାଷୀଙ୍କ ପାଇଁ ନିର୍ଦ୍ଧାରିତ ଜଙ୍ଗଲରେ ଏହି ଗଛ ସବୁ ଯୋଗାଇ ଦିଆଯାଇଛି। ଜିଲାରେ ବାର୍ଷିକ ୪ ଲକ୍ଷ ଟସର ବିହନ (ଅଣ୍ଡା)ର ଆବଶ୍ୟକ ପଡ଼ୁଛି। ସେଥି ମଧ୍ୟରୁ ୨ ଲକ୍ଷ ନିଜ ଜିଲାରୁ ଏବଂ ଅବଶିଷ୍ଟ ଅନ୍ୟ ଜିଲାରୁ କ୍ରୟ କରାଯାଉଛି। ତେଣୁ ଜିଲାରେ ଟସର ଚାଷର ସାମୂହିକ ବିକାଶ ଲକ୍ଷ୍ୟରେ ଖୁଣ୍ଟଗାଁଠାରେ ଅତିଶୀଘ୍ର ଏକ ଅତ୍ୟାଧୁନିକ ଟସର ସିଲ୍କ ପାର୍କ ପ୍ରତିଷ୍ଠା ହେବାକୁ ଯାଉଛି। ଏହି ଟସର ସିଲକ୍ ପାର୍କରେ ନର୍ସରି, ଗୋଦାମଘର,
ତାଲିମ କେନ୍ଦ୍ର, ଉତ୍ପାଦନ କେନ୍ଦ୍ର, ପ୍ରଦର୍ଶନୀ, ବିକ୍ରୟ ବ୍ୟବସ୍ଥା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ଉପଲବ୍ଧ କରାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯିବ। ଏହାଦ୍ବାରା ମୂଲ୍ୟଯୁକ୍ତ ଟସର ସାମଗ୍ରୀ ଉତ୍ପାଦନ ହେବା ସହିତ ‘ସଏଲ୍ ଟୁ ସିଲ୍କ୍’ ପରିକଳ୍ପନା ବାସ୍ତବରୂପ ନେଇପାରିବ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସୂତ୍ରରୁ ପ୍ରକାଶ।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
Archives


