ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଟସରଚାଷ ପାଇଁ ସାରା ରାଜ୍ୟରେ ପ୍ରସିଦ୍ଧି ଲାଭ କରିଛି। ଟସର ଚାଷୀ ଓ ଗ୍ରାମୀଣ ଉଦ୍ୟୋଗୀଙ୍କ ବ୍ୟତୀତ ଏହା ଉପରେ ଅନେକ ହିତାଧିକାରୀ ନିର୍ଭର କରୁଥିବାରୁ ସରକାର ଟସର ଚାଷର ପ୍ରସାର ପାଇଁ ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି। ସୁନ୍ଦରଗଡ଼ର ବଣାଇ, କୋଇଡ଼ା, ଲହୁଣିପଡ଼ା, ବିଶ୍ରା, ବଡ଼ଗାଁ ବ୍ଲକ୍ରେ ଟସର ଚାଷ କରାଯାଉଛି। ଜିଲାରେ ପ୍ରାୟ ୩ ହଜାର ଚାଷୀ ପରିବାର ଏହା ମାଧ୍ୟମରେ ଜୀବିକା ନିର୍ବାହ କରୁଛନ୍ତି। ଚାଷୀଙ୍କୁ ଆର୍ଥିକ ଓ ବୈଷୟିକ ସହାୟତା ଯୋଗାଇଦେବା ପାଇଁ ରେଶମ ନିର୍ଦ୍ଦେଶାଳୟ ଅଧୀନରେ ଏହି ଜିଲାରେ ୯ଟି ଚାଷୀ ସହଯୋଗ ସମିତି ରହିଛି। ବନୀକରଣ ଏବଂ ବିହନ ଯୋଗାଇଦେବାଠାରୁ ଆରମ୍ଭକରି କୋଷା ଅମଳ ପର୍ଯ୍ୟନ୍ତ ଟସର ଚାଷୀଙ୍କୁ ସହଯୋଗ ସମିତି ସହାୟତା ଓ ପ୍ରୋତ୍ସାହନ ପ୍ରଦାନ କରୁଛି। ସୁନ୍ଦରଗଡ଼ ଜିଲାରେ ପ୍ରାୟତଃ ୬୦ ଲକ୍ଷରୁ ଅଧିକ ଟସର କୋଷା କ୍ରୟବିକ୍ରୟ ହେଉଥିବା ବେଳେ ୨ କୋଟିରୁ ଅଧିକ ଟଙ୍କାର କାରବାର ହେଉଛି। ଟସର କୀଟ ପାଳନ ଅସନ ଓ ଅର୍ଜୁନ ଗଛରେ କରାଯାଇଥାଏ। ତେଣୁ ରେଶମ ନିର୍ଦ୍ଦେଶାଳୟ ପକ୍ଷରୁ ସମିତି ମାଧ୍ୟମରେ ଚାଷୀଙ୍କ ପାଇଁ ନିର୍ଦ୍ଧାରିତ ଜଙ୍ଗଲରେ ଏହି ଗଛ ସବୁ ଯୋଗାଇ ଦିଆଯାଇଛି। ଜିଲାରେ ବାର୍ଷିକ ୪ ଲକ୍ଷ ଟସର ବିହନ (ଅଣ୍ଡା)ର ଆବଶ୍ୟକ ପଡ଼ୁଛି। ସେଥି ମଧ୍ୟରୁ ୨ ଲକ୍ଷ ନିଜ ଜିଲାରୁ ଏବଂ ଅବଶିଷ୍ଟ ଅନ୍ୟ ଜିଲାରୁ କ୍ରୟ କରାଯାଉଛି। ତେଣୁ ଜିଲାରେ ଟସର ଚାଷର ସାମୂହିକ ବିକାଶ ଲକ୍ଷ୍ୟରେ ଖୁଣ୍ଟଗାଁଠାରେ ଅତିଶୀଘ୍ର ଏକ ଅତ୍ୟାଧୁନିକ ଟସର ସିଲ୍କ ପାର୍କ ପ୍ରତିଷ୍ଠା ହେବାକୁ ଯାଉଛି। ଏହି ଟସର ସିଲକ୍ ପାର୍କରେ ନର୍ସରି, ଗୋଦାମଘର,
ତାଲିମ କେନ୍ଦ୍ର, ଉତ୍ପାଦନ କେନ୍ଦ୍ର, ପ୍ରଦର୍ଶନୀ, ବିକ୍ରୟ ବ୍ୟବସ୍ଥା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ଉପଲବ୍ଧ କରାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯିବ। ଏହାଦ୍ବାରା ମୂଲ୍ୟଯୁକ୍ତ ଟସର ସାମଗ୍ରୀ ଉତ୍ପାଦନ ହେବା ସହିତ ‘ସଏଲ୍ ଟୁ ସିଲ୍କ୍’ ପରିକଳ୍ପନା ବାସ୍ତବରୂପ ନେଇପାରିବ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସୂତ୍ରରୁ ପ୍ରକାଶ।
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…
ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….
ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି
ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…
Archives

