୮ ଜଣିଆ ଟାସ୍କଫୋର୍ସ ଗଠନ କଲେ ମୁଖ୍ୟମନ୍ତ୍ରୀ, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦେଲେ…

ଭୁବନେଶ୍ୱର,୨୪।୭: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଟାସ୍କ ଫୋର୍ସରେ ୮ ଜଣ ସଦସ୍ୟ ଅଛନ୍ତି। ସେମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ, କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ବିଧାୟକ ପଦ୍ମ ଚରଣ ହାଇବୁରୁ, ବିଧାୟକ ସନାତନ ମହାକୁଡ଼, ବିଧାୟକ ଫକୀର ମୋହନ ନାୟକ ଓ ବିଧାୟକ ଅଶୋକ କୁମାର ଦାସ ଅଛନ୍ତି । ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉତ୍ତର ଓ ବିକାଶ ପରିଷଦ ସ୍ଥାପନ ଲାଗି ଏକ ଟାସ୍କଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସ୍ବାଗତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri