Posted inUncategorized

ଦାଦନ ଦୂର ପାଇଁ ଟାସ୍କଫୋର୍ସ

ଭୁବନେଶ୍ୱର,୧୫।୧୦(ଅନିଲ ଦାସ):ରାଜ୍ୟ ସରକାର ଗଠନ କରିଥିବା ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଓଡ଼ିଶାର ଶ୍ରମିକମାନଙ୍କ ସମସ୍ୟାର ସମାଧାନ ତଥା ଦାଦନଜନିତ ବିସ୍ଥାପନ ରୋକିବା ନିମନ୍ତେ ସବିଶେଷ ଭାବରେ ଆଲୋଚନା କରିବା ସହ ସେସବୁ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟପନ୍ଥା ସ୍ଥିର କରିବ। ଏଥିସହ ବିଭିନ୍ନ ସରକାରୀ ସଂସ୍ଥାଗୁଡ଼ିକ ଦ୍ୱାରା ନିଆଯିବାକୁ ଥିବା ପଦକ୍ଷେପଗୁଡ଼ିକୁ ସୁପାରିସ କରିବ। ଏହି ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଲୋକସେବା ଭବନସ୍ଥିତ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗରେ କାର୍ଯ୍ୟ କରିବ। ୬ ମାସରେ ଥରେ ଟାସ୍କଫୋର୍ସର ବୈଠକ କରାଯାଇ ଦାଦନ ଦୂରୀକରଣ ଦିଗରେ ହୋଇଥିବା ପ୍ରଗତି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସଙ୍ଗଗୁଡ଼ିକର ସମୀକ୍ଷା ହେବ। ଦାଦନ ଦୂରୀକରଣ କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିଥିବା ବିଶେଷଜ୍ଞ, ଶିକ୍ଷାବିତ୍‌, ଉନ୍ନୟନ ବିଶେଷଜ୍ଞ, ମିଳିତ ଜାତିସଂଘ ଅନୁବନ୍ଧିତ ସଂସ୍ଥାର ପ୍ରତିନିଧିମାନଙ୍କୁ ମଧ୍ୟ ବୈଠକକୁ ନିମନ୍ତ୍ରିତ କରାଯିବାର ବ୍ୟବସ୍ଥା ରହିଛି।
ଟାସ୍କଫୋର୍ସ ଅଞ୍ଚଳ ଅନୁଯାୟୀ ବିସ୍ଥାପନର ପ୍ରକାର ଭେଦ ନିରୀକ୍ଷଣ କରିବା ସହ ଆବଶ୍ୟକ ନିର୍ଦ୍ଦିଷ୍ଟ ପଦକ୍ଷେପ ଦିଗରେ ସୁପାରିସ କରିବ। ଏଥିସହ ବିସ୍ଥାପନଜନିତ ଆଞ୍ଚଳିକ ବୈଷମ୍ୟତା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ସହ ନିରାକରଣ ନିମନ୍ତେ ପରାମର୍ଶ ଦେବ। ଏହାଛଡ଼ା ଦାଦନଜନିତ ବିସ୍ଥାପନ ହ୍ରାସ ନିମନ୍ତେ ବିଭିନ୍ନ ବିଭାଗ ଦ୍ୱାରା ଜାରି ରହିଥିବା କାର୍ଯ୍ୟକ୍ରମ ଓ ଏ ସମ୍ବନ୍ଧୀୟ କାର୍ଯ୍ୟ କରୁଥିବା ବ୍ୟବସ୍ଥାର ଅଧ୍ୟୟନ କରାଯିବ। ଦକ୍ଷତା ବିକାଶ, ଋଣ ଯୋଗାଣ, ଦାରିଦ୍ର୍ୟ ନିରାକରଣ ଯୋଜନାରେ ପରିବାରଗୁଡ଼ିକୁ ସାମିଲ କରିବା, ଭିତ୍ତିଭୂମି ଯୋଗାଇ ଦେବା ତଥା ରୋଜଗାର ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ ସରକାରୀ ବିଭାଗ ଦ୍ୱାରା ନିଆଯିବାକୁ ଥିବା ନିର୍ଦ୍ଦିଷ୍ଟ ପଦକ୍ଷେପ ସୁପାରିସ କରିବା, ରାଜ୍ୟ ସରକାରଙ୍କ ଦ୍ୱାରାନିଆଯିବାକୁ ଥିବା ଅନ୍ୟାନ୍ୟ ପଦକ୍ଷେପ ଓ ଯୋଜନା ସୁପାରିସ କରିବା, ସମସ୍ୟାର ସାମଗ୍ରିକ ଏବଂ ସ୍ଥାୟୀ ସମାଧାନ ପାଇଁ ରାଜ୍ୟ, ଜିଲା, ପଞ୍ଚାୟତ ସମିତି ସ୍ତରରେ ଆବଶ୍ୟକ ଆନୁଷ୍ଠାନିକ ଢାଞ୍ଚା ଉପଲବ୍ଧ କରାଇବା ନିମନ୍ତେ ପରାମର୍ଶ ଦେବା, ପ୍ରସ୍ତାବିତ ପଦକ୍ଷେପଗୁଡ଼ିକର ଉନ୍ନତ କାର୍ଯ୍ୟାନ୍ବୟନ ପାଇଁ ବିଶେଷଜ୍ଞ ସଂସ୍ଥା, ନାଗରିକ ସମାଜ ଓ ବୈଷୟିକ ସଙ୍ଗଠନଗୁଡ଼ିକ ସହ ସହଭାଗିତା ଆଦି ବିଷୟରେ ବିଚାର କରାଯିବ। ଏହାବ୍ୟତୀତ ଏହି ସମସ୍ତ ପଦକ୍ଷେପ ପାଇଁ ସମ୍ବଳର ଉପଲବ୍ଧତାକୁ ସୁନିଶ୍ଚିତ କରାଇବା ଓ ପ୍ରବାସୀ ଶ୍ରମିକମାନଙ୍କ ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ ପାଇଁ ଭାରତ ସରକାର ତଥା ବିଭିନ୍ନ ରାଜ୍ୟ ସରକାରଙ୍କ ସହ ଆବଶ୍ୟକ ସମନ୍ବୟ ଆଦି ବିଷୟରେ ଟାସ୍କଫୋର୍ସ ଦ୍ୱାରା ଆଲୋଚନା ଓ ସୁପାରିସ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri