ଶିଶୁ ଶ୍ରମିକ, ଯୌନ ନିର୍ଯାତନା ରୋକିବା ପାଇଁ ଟାସ୍କ ଫୋର୍ସର ପ୍ରୟାସ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ଶନିବାର ଟାସ୍କ ଫୋର୍ସ କମିଟିର ବୈଠକ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କମିଟିର ଆବାହକ ତଥା ସମନ୍ବିତ ମହିଳା ଓ ଶିଶୁ ବିକାଶ ଯୋଜନାର ଅଧିକାରୀ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଆବାହନ କ୍ରମେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଞ୍ଚଳରେ ଘରୋଇ ହିଂସାକୁ ରୋକିବା ସହ ଯୌନ ନିର୍ଯାତନା, ଶିଶୁ ନିର୍ଯାତନା ସହ ଶିଶୁ ଶ୍ରମିକ ରୋକିବା ଆଦି କାର୍ଯ୍ୟ କରିବାକୁ ଟାସ୍କ ଫୋର୍ସ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥ ପରାମର୍ଶ ଦେଇଥିଲେ। ଏହି ସବୁ କାର୍ଯ୍ୟ କରିବା ପାଇଁ ଗାଁସ୍ତରରେ କମିଟି ଗଠନ କରାଯାଇଥିବା ବେଳେ ପଞ୍ଚାୟତ, ବ୍ଲକ, ଜିଲା ଓ ରାଜ୍ୟ ସ୍ତରରେ ଏହି ଟାସ୍କ ଫୋର୍ସ କମିଟି କାର୍ଯ୍ୟ କରୁଛି। ସମସ୍ତଙ୍କ ଦାୟିତ୍ୱକୁ କିଭଳି ଆହୁରି ଉନ୍ନତମାନର କାର୍ଯ୍ୟ କରାଯାଇ ପାରିବ ସେନେଇ ଆଲୋଚନା କରାଯାଇଥିଲା। ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ବାଲ୍ୟ ବିବାହ ମୁକ୍ତ ଅଞ୍ଚଳ ଖୁବ୍‌ଶୀଘ୍ର କରାଯିବାକୁ ପ୍ରୟାସ ଚାଲିଥିବା ବୈଠକରେ କୁହାଯାଇଥିଲା। ବିଭିନ୍ନ ଧର୍ମାନୁଷ୍ଠାନ ସ୍ଥଳରେ ବାଲ୍ୟ ବିବାହକୁ ନା କହିବା ପୋଷ୍ଟର ଲଗାଇବାକୁ ନିଷ୍ପତ୍ତି ନିଆଯିବା ସହ ବିଭିନ୍ନ ସମ୍ପ୍ରଦାୟର ଲୋକଙ୍କୁ ନେଇ ସଚେତନ କରିବାକୁ ବୈଠକ କରିବାକୁ ନିଷ୍ପତ୍ତି ନିଆଯାଇଛି।

ସେହିପରି ବାଲ୍ୟ ବିବାହ ମୁକ୍ତ କରିବାକୁ ସମସ୍ତେ ଶପଥ ନେଇଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣ, ସବଇନ୍ସପେକ୍ଟର ବାସନ୍ତୀ ବେହେରା, ଏବିଇଓ ଗୋକୁଳାନନ୍ଦ ନାୟକ ପ୍ରମୁଖ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଞ୍ଚଳର ଲୋକ ପ୍ରତିନିଧି, ଅଙ୍ଗନାଓ୍ବ୍‌ାଡି କର୍ମୀ ଓ କମିଟିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri