ମା’ଙ୍କ ଶୁଦ୍ଧି କାର୍ଯ୍ୟ ପାଇଁ ଯାଉଥିଲେ: ଟାଟା ଏସିଇ ସହ ମୁହାଁମୁହିଁ ଧକ୍କା; ଚାଲିଗଲା ସାନଭାଇଙ୍କ ଜୀବନ, ବଡ଼ଭାଇ…

ଦିଗପହଣ୍ଡି,୨୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟାଟା ଏସିଇ ଗାଡ଼ି ନଂ(ଓଡ଼ି୦୭ ବିବି -୯୧୦୯) ଏବଂ ସ୍କୁଟି ନଂ(ଓଡ଼ି୦୭ ଏକ୍ସ -୦୩୮୫) ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଭାଇ ମୃତ୍ୟୁବରଣ କରିଥିବା ବେଳେ ବଡ଼ ଭାଇ ଗୁରୁତର ଆହାତ ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ମିଟୁ ମହାରଣା। ଗୁରୁତର ଜଣକ ହେଲେ ଅରୁଣ ମହାରଣା। ନିଜ ମା’ଙ୍କ ଶୁଦ୍ଧି କାର୍ଯ୍ୟ ପାଇଁ ଉଭୟ ଦୁଇ ଭାଇ ସ୍କୁଟିରେ ଦିଗପହଣ୍ଡିରୁ ଗ୍ରାମକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ସୂଚନାନୁଯାୟୀ, ମିଟୁ ଦୁବାଇରେ କାମ କରୁଥିବା ବେଳେ ଅରୁଣ କୁକୁଡାଖଣ୍ଡି ବ୍ଳକ ଲାଞ୍ଜିଆ ପଞ୍ଚାୟତ ବାଳକୃଷ୍ଣପୁର ଗ୍ରାମରେ ରହୁଛନ୍ତି। କିଛିଦିନ ପୂର୍ବେ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଥିଲା । ବୁଧବାର ସକାଳୁ ସହଦେବ ଟିକରପଡ଼ା ଗ୍ରାମରେ ତାଙ୍କ ଶୁଦ୍ଧି କାର୍ଯ୍ୟ ଥିବାରୁ ଦୁଇଭାଇ ସ୍କୁଟିରେ ବାଳକୃଷ୍ଣପୁର ଗ୍ରାମରୁ ସହଦେବ ଟିକରପଡା ଗ୍ରାମ ଅଭିମୁଖେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଆସୁଥିବା ଟାଟା ଏସିଇ ଗାଡ଼ି ସ୍କୁଟିକୁ ଧକ୍କା ଦେଇଥିଲା। ଉଭୟେ ରାସ୍ତା କଡ଼କୁ ଛିଟକି ପଡ଼ିଥିଲେ। ଖବରପାଇ ଦିଗପହଣ୍ଡି ଅଗ୍ନିଶମ ବାହିନୀ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ମିଟୁଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ଅରୁଣଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଯୋଗୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଦିଗପହଣ୍ଡି ପୋଲିସ ଟିମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛି । ବୁଧବାର ସକାଳୁ ବ୍ୟବଚ୍ଛେଦ ନିମନ୍ତେ ମୃତଦେହକୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଯିବ ବୋଲି ପୋଲିସ କହିଛି। ଦୁର୍ଘଟଣାଗ୍ରସ୍ତ ଦୁଇଟି ଗାଡିକୁ ମଧ୍ୟ ଜବତ କରାଯାଇଥିବା ଜଣାପଡିଛି । ଟାଟା ଏସିଇ ଗାଡ଼ି ଚାଳକ ଫେରାର ହୋଇଯାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri