Posted inଜାତୀୟ

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଏତେ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ନୂଆଦିଲ୍ଲୀ,୧୨।୬: ଗୁରୁବାର ଗୁଜୁରାଟରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାସ୍ଥଳକୁ ବିଏସଏଫ ଏବଂ ଏନଡିଆରଏଫ ଦଳ ପଠାଯାଇଛି। ଦୁର୍ଘଟଣାଗ୍ରସ୍ତ ବିମାନଟି ବୋଇଂର ୭୮୭ ଡ୍ରିମଲାଇନର ବୋଲି ଜଣାପଡ଼ିଛି, ଯାହା ୧୧ ବର୍ଷ ପୁରୁଣା ଥିଲା। ଏହି ବିମାନ ଦୁର୍ଘଟଣାରେ ୨୪୧ ଲୋକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ବିମାନଟି ଅହମଦାବାଦର ସର୍ଦ୍ଦାର ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିବା ପରେ ବିମାନବନ୍ଦର ସୀମା ପାର କରିପାରି ନ ଥିଲା ଏବଂ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।
ଏବେ ଟାଟା ଗ୍ରୁପ ଘୋଷଣା କରିଛି ଯେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ୧ କୋଟି ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଆପଣଙ୍କୁ କହି ରଖୁଛୁ ଯେ ଏୟାର ଇଣ୍ଡିଆ ଟାଟା ଗ୍ରୁପର ମାଲିକାନା। ଏହି ଦୁର୍ଘଟଣାରେ ୨୪୧ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri