Posted inଖେଳ

ମହିଳା ପ୍ରିମିୟର ଲିଗ୍‌ର ଟାଇଟଲ୍‌ ସ୍ପନ୍‌ସର୍‌ ହେବ ଟାଟା

ନୂଆଦିଲ୍ଲୀ,୨୨।୧: ମାର୍ଚ୍ଚ ୪ରୁ ଡବ୍ଲୁପିଏଲ୍‌ର ଉଦ୍‌ଘାଟନୀ ସଂସ୍କରଣ ମୁମ୍ବାଇରେ ଆରମ୍ଭ ହେବାକୁ ଯାଉଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଅଧିକାର ହାସଲ କରିବା ପରେ ଟାଟା ଗ୍ରୁପ୍‌ ପ୍ରଥମ ମହିଳା ପ୍ରିମିୟର ଲିଗ୍‌(ଡବ୍ଲୁପିଏଲ୍‌)ର ଟାଇଟଲ୍‌ ଅଧିକାର ମଧ୍ୟ ହାସଲ କରିଛି। ଏନେଇ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ(ବିସିସିଆଇ) ସଚିବ ଜୟ ଶାହା ଟୁଇଟ କରି ଘୋଷଣା କରିଛନ୍ତି।

ଜୟ ଶାହା କହିଛନ୍ତି, ‘ମୁଁ ଘୋଷଣା କରି ବହୁତ ଖୁସି ଅନୁଭବ କରୁଛି ଯେ, ଟାଟା ଗ୍ରୁପ ପ୍ରଥମ ଡବ୍ଲୁପିଏଲ୍‌ର ଟାଇଟଲ ସ୍ପନ୍‌ସର୍‌ ହେବ। ସେମାନଙ୍କ ସହଯୋଗରେ ଆମେ ନିଶ୍ଚିତ ଭାବେ ମହିଳା କ୍ରିକେଟକୁ ପରବର୍ତ୍ତୀ ସ୍ତରକୁ ନେଇପାରିବା ବୋଲି ସେ କହିଛନ୍ତି।

ବିସିସିଆଇର ଏକ ସୂତ୍ର ପିଟିଆଇକୁ କହିଛି ଯେ ଟାଟା ୫ ବର୍ଷ ପାଇଁ ଅଧିକାର ହାସଲ କରିଛି। ଗତ ବର୍ଷ ଟାଟା ମଧ୍ୟ ଆଇପିଏଲର ଅଧିକାର ହାସଲ କରିଥିଲା। ଭାୟାକମ୍‌ ୧୮ ଡବ୍ଲୁପିଏଲ୍‌ର ମିଡିଆ ରାଇଡସ ଜିତିଛି। ପାଞ୍ଚ ବର୍ଷ ପାଇଁ ମିଡିଆ ଅଧିକାର ଅଧୀନରେ ୯୫୧ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri