Posted inଖେଳ

IPL ୨୦୨୬ ପାଇଁ କାର୍ଯ୍ୟସୂଚୀ ଘୋଷଣା: ମାତ୍ର ୧୫ ଦିନରେ ଖେଳାଯିବ ୨୦ ମ୍ୟାଚ୍‌, ମାର୍ଚ୍ଚ ୨୮ରୁ…

ନୂଆଦିଲ୍ଲୀ,୧୧।୩: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ବହୁ ପ୍ରତୀକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ର କାର୍ଯ୍ୟସୂଚୀ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ବର୍ତ୍ତମାନ କେବଳ ପ୍ରଥମ ୧୫ ଦିନର ସୂଚୀ ଜାରି କରିଛି। ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୮ରୁ ଏପ୍ରିଲ ୧୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମ୍ୟାଚ୍‌ ଗୁଡ଼ିକର ବିବରଣୀ ସାମ୍ନାକୁ ଆସିଛି।

IPL ୨୦୨୬ର ପ୍ରଥମ ମୁକାବିଲା ମାର୍ଚ୍ଚ ୨୮ ତାରିଖରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଏଥିରେ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ସନରାଇଜର୍ସ ହାଇଦ୍ରାବାଦ (SRH) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ।

ଦେଶର ୪ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି BCCI ସମ୍ପୂର୍ଣ୍ଣ ସୂଚୀ ଘୋଷଣା କରିନାହିଁ। କେରଳ, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆସାମରେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ବାକି ମ୍ୟାଚ୍‌ର ସୂଚୀ ଜାରି କରାଯିବ। ସୁରକ୍ଷା ଓ ବ୍ୟବସ୍ଥାକୁ ଆଖିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ପ୍ରଥମ ୧୫ ଦିନ ମଧ୍ୟରେ ଦୁଇଟି ’ଡବଲ ହେଡର୍‌’ (ଗୋଟିଏ ଦିନରେ ଦୁଇଟି ମ୍ୟାଚ) ଖେଳାଯିବ। ପ୍ରଥମ ଡବଲ ହେଡର୍‌ ୪ ଏପ୍ରିଲରେ ଖେଳାଯିବାକୁ ଥିବା ବେଳେ ଦ୍ୱିତୀୟ ଡବଲ ହେଡର୍‌ ୫ ଏପ୍ରିଲରେ ଖେଳାଯିବ।

ପ୍ରଥମ ୫ ଦିନ ମଧ୍ୟରେ ସମସ୍ତ ୧୦ଟି ଦଳ ସେମାନଙ୍କର ପ୍ରଥମ ମ୍ୟାଚ୍‌ ଖେଳିସାରିବେ। ଏହାପରେ ଏପ୍ରିଲ ୨ରୁ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ ଆରମ୍ଭ ହେବ। ଏହି ୧୫ ଦିନ ମଧ୍ୟରେ ମୋଟ ୧୦ଟି ଭିନ୍ନ ଭିନ୍ନ ସହରରେ ଆଇପିଏଲ ମ୍ୟାଚ ଆୟୋଜିତ ହେବ। ଏଥିମଧ୍ୟରେ କୋଲକାତା ଏବଂ ଗୌହାଟିରେ ସର୍ବାଧିକ ୩ଟି ଲେଖାଏ ମ୍ୟାଚ୍‌ ଖେଳାଯିବାକୁ ଥିବାବେଳେ ଅନ୍ୟ ସ୍ଥାନରେ ୨ଟି ଲେଖାଏ ମ୍ୟାଚ୍‌ ଅନୁଷ୍ଠିତ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?