ଟାଟା ମୋଟର୍ସର ୨ଏସ୍‌ ଫ୍ୟାସିଲିଟି ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ଆଉ ଏକ ୨ଏସ୍‌ ଫ୍ୟାସିଲିଟି ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ପ୍ରାଧିକୃତ ଡିଲର ଅଷ୍ଟଭିନାୟକ ମୋଟର୍ସ ଆନୁକୂଲ୍ୟରେ ସ୍ଥାନୀୟ ଗୋହରିଆଠାରେ ଉକ୍ତ ୨ଏସ୍‌ (ସ୍ପେୟାର ଏବଂ ସର୍ଭିସ୍‌) ଫ୍ୟାସିଲିଟି ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟାଟା ମୋଟର୍ସ ଲିମିଟେଡ୍‌ (ସେଲ୍‌ସ ଓ ମାର୍କେଟିଂ) ର ଉପାଧକ୍ଷ ରାଜେଶ କଲ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟାଟା ମୋଟର୍ସ ଲିମିଟେଡ୍‌ର ଆଞ୍ଚଳିକ ପରିଚାଳକ-ଇଷ୍ଟ ରଣଭୀର କନ୍‌ୱର୍‌ ଏବଂ ଟାଟା ମୋଟର୍ସ ଲିମିଟେଡ୍‌ର ଡୋମେଷ୍ଟିକ୍‌ର ଫିଲ୍‌ଡ ସର୍ଭିସ୍‌-ଜିଏମ୍‌ ଅରୁଣ ଜଲାଲୀ, ଅଷ୍ଟଭିନାୟକ ମୋଟର୍ସର ଏମ୍‌ଡି ରାକେଶ ଅଗ୍ରୱାଲ, ବିନୟ ଗୁପ୍ତାଙ୍କ ସମେତ ଟାଟା ମୋଟର୍ସର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଓ ଅନ୍ୟମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।
ଏ ସମ୍ପର୍କରେ ଟାଟା ମୋଟର୍ସ ଲିମିଟେଡ୍‌ (ସେଲ୍‌ସ ଓ ମାର୍କେଟିଂ) ର ଅଧ୍ୟକ୍ଷ ରାଜେଶ କଲ୍‌ କହିଛନ୍ତି, ଗ୍ରାହକଙ୍କ ପାଇଁ ପ୍ରତ୍ୟେକ ପ୍ରକାର ସୁବିଧା ସୁନିଶ୍ଚିତ କରିବା ଆମର ମୌଳିକ ଲକ୍ଷ୍ୟ। ଏପରିକି ଗ୍ରାହକଙ୍କ ସହ ସୁସମ୍ପର୍କକୁ ଆହୁରି ମଜଭୁତ କରିବା ଏବଂ ଉନ୍ନତମାନର ସେବା ଯୋଗାଇବା ପାଇଁ ଟାଟା ମୋଟର୍ସ ଏଭଳି ଏକ ସେବା ଓ ସୁବିଧା ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri