ଟାଟା ମୋଟର୍ସର ଅଲ୍‌ ନ୍ୟୁ ‘କର୍ଭ’ର ଅନାବରଣ

ମୁମ୍ବାଇ,୩।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ‘କର୍ଭ’ର ଅନାବରଣ ସୋମବାର ମୁମ୍ବାଇଠାରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ କର୍ଭ କୁପେ ଏସ୍‌ୟୁଭିରେ ସମସ୍ତ ପ୍ରକାରର ଆଧୁନିକ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ ଅତ୍ୟାଧୁନିକ ଫିଚର ସାମିଲ ରହିଛି। ଏପରିକି ଏହି ମଡେଲ ୨ଟି ଭାରିଆଣ୍ଟ ଉଭୟ ପେଟ୍ରୋଲ ଏବଂ ଏବଂ ଡିଜେଲ ସହ ଇଣ୍ଟରନାଲ କବ୍ୟୁଶନ ଇଞ୍ଜିନ (ଆଇସିଇ) ଅପଶନରେ ଉପଲବ୍ଧ ହେଉଛି। ସେହିଭଳି ଏହି ମଡେଲର ଡିଜାଇନ ଓ ଆକର୍ଷଣୀୟ କଲର ସବୁ ବର୍ଗର ଗ୍ରାହକଙ୍କୁ ଆକୃଷ୍ଟ କରୁଥିଲାବେଳେ ବଜାର ଚାହିଦା ମୁତାବକ ଦର ଗ୍ରାହକଙ୍କ ଆବଶ୍ୟକତା ମଧ୍ୟ ପୂରଣ କରିବ ବୋଲି କମ୍ପାନୀ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି। ସେହିପରି ଏହି ନୂଆ ଏସ୍‌ୟୁଭିର ବଡି ବେଶ୍‌ ଆକର୍ଷଣୀୟ ହୋଇଥିଲାବେଳେ କ୍ଷମତା ଓ ଉଚ୍ଚତା ଦୃଷ୍ଟିରୁ ଏହା ଶିଳ୍ପରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ବ୍ରାଣ୍ଡ୍‌ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଏ ସମ୍ପର୍କରେ ଟାଟା ମୋଟର୍ସ (ଯାତ୍ରୀବାହୀ ବର୍ଗ)ର ଏମ୍‌ଡି ଶୈଳେଶ ଚନ୍ଦ୍ରା କହିଥିଲେ, ଆମେ ଆମର ନୂତନ ମଡେଲ କର୍ଭ ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ମଡେଲ ସବୁ ବର୍ଗର ଗ୍ରାହକ ଓ ଶିଳ୍ପର ଏକ ନୂଆ ପରିଭାଷା ସୃଷ୍ଟି କରିବ। ଏହାର ପ୍ରାରମ୍ଭିକ ବଜାର ମୂଲ୍ୟ (ଏକ୍ସ ଶୋ’ରୁମ୍‌ ନୂଆଦିଲ୍ଲୀ) ୯.୯୯ ଲକ୍ଷ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri