୩୪୦୦ ଶିକ୍ଷାର୍ଥୀଙ୍କ ଶିକ୍ଷାଦାନର ବ୍ୟବସ୍ଥା କରାଇଛି ଟାଟା ମୋଟର୍ସ

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପର ପ୍ରମୁଖ କମ୍ପାନୀ ଟାଟା ମୋଟର୍ସର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଅନେକ ମହତ କାର୍ଯ୍ୟ କରାଯାଉଛି। ବିଶେଷ କରି ଟାଟା ମୋଟର୍ସ ଇଞ୍ଜିନିୟରିଂ ଏବଂ ଏନଇଇଟି (ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା) ଆଡମିଶନ ବ୍ରିଜ ଆସିଲେରେଟେଡ ଲର୍ନିଂ ଏନଗେଜମେଣ୍ଟ ଇନିସିଏଟିଭ୍‌ ଶିକ୍ଷଣ ଯୋଗଦାନ ପଦକ୍ଷେପ ଜାନୁୟାରୀ ୨୦୨୧ରେ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ଓ ଅବନ୍ତି ଫେଲୋସ୍‌ ଏବଂ ଏକ୍ସ-ନବୋଦୟନ ଫାଉଣ୍ଡେସନ ଦ୍ୱାରା ମିଳିତ ଭାବେ ଆରମ୍ଭ ହୋଇଥିଲା। ଏହାର କର୍ପୋରେଟ ସାମାଜିକ ଦାୟିତ୍ୱବୋଧର ବିଦ୍ୟାଧନମର ଏହା ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏନେବୁଲ ହେଉଛି ଏକ ଡିଜିଟାଲ-ସକ୍ଷମ ରିମୋର୍ଟ ଲର୍ନିଂ ପଦକ୍ଷେପ, ଯାହାକି ଦେଶର ୫୫୨ଜବାହର ନବୋଦୟ ବିଦ୍ୟାଳୟରେ ପଢୁଥିବା ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ପ୍ରତିଭାବାନ ଶିକ୍ଷାର୍ଥୀଙ୍କୁ ଜେଇଇ ଏବଂ ଏନଇଇଟି ପ୍ରତିଯୋଗିତାମୂଳକ ପ୍ରବେଶିକା ପରୀକ୍ଷା ପାଇଁ ଆବଶ୍ୟକ ସୁବିଧା ସୁଯୋଗ ପ୍ରଦାନ କରିଥାଏ। ଯାହା ହୁଏତ ଅନ୍ୟମାନଙ୍କ ପାଇଁ ସହଜରେ ଉପଲବ୍ଧ ହୋଇ ପାରି ନଥାଏ। ସେହିଭଳି ୨୦୨୨ରେ ଟାଟା ମୋଟର୍ସ ୩୪୦୦ ଶିକ୍ଷାର୍ଥୀଙ୍କୁ ଭାରତର ସର୍ବୋଚ୍ଚ ଇଞ୍ଜିନିୟରିଂ ଏବଂ ମେଡିକାଲ ସ୍କୁଲରେ ନାମ ଲେଖାଇବାରେ ସାହାଯ୍ୟ କରିଛି, ସେମାନଙ୍କ ମଧ୍ୟରୁ ୪୦% ମହିଳା ଅଛନ୍ତି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

ଏ ସମ୍ପର୍କରେ ଟାଟା ମୋଟର୍ସର ସିଏସଆର ହେଡ ବିନୋଦ କୁଲକର୍ଣ୍ଣି କହିଛନ୍ତି, ଦେଶର ଯୁବବର୍ଗମାନଙ୍କୁ ସମୃଦ୍ଧ କରିବା ଦିଗରେ ଏକ ଦାୟିତ୍ୱବାନ କର୍ପୋରେଟ ନାଗରିକ ଭାବରେ ଟାଟା ମୋଟର୍ସ ଗୁଣାତ୍ମକ ଶିକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛି। ଶିକ୍ଷାକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରାଯାଇଛି। ଆମର ସିଏସଆର କାର୍ଯ୍ୟକ୍ରମର ମୂଳ ସ୍ତମ୍ଭ ହେଉଛିୁ ବିଦ୍ୟାଧନମ। ଉଚ୍ଚଶିକ୍ଷାକୁ ଯିବା ଦିଗରେ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷାର୍ଥୀମାନଙ୍କ ଉଦ୍ୟମକୁ ରୁଦ୍ଧିମନ୍ତ କରାଇବା ଉଦ୍ଦେଶ୍ୟରେ ଏନେବୁଲ ପଦକ୍ଷେପ ଗ୍ରହଣ କରିଥାଏ। ଯୁବବର୍ଗମାନଙ୍କୁ ସେମାନଙ୍କର ଇଞ୍ଜିନିୟରିଂ ଏବଂ ଡାକ୍ତରୀ ଆକାଂକ୍ଷାକୁ ପୂରଣ କରିବା ପାଇଁ ଆବଶ୍ୟକ କରୁଥିବା ସମସ୍ତ ସହାୟତା ପ୍ରଦାନ କରିବାକୁ ଚେଷ୍ଟା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?