ଟାଟା ମୋଟର୍ସର ଆର୍‌ଭିଏସ୍‌ଏଫ୍‌ ଶୁଭାରମ୍ଭ

ନୂଆଦିଲ୍ଲୀ,୨।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ସ୍ବତନ୍ତ୍ର ଅଭିଯାନ ରିସାଇକେଲ ଓ୍ବିଥ୍‌ ରେସ୍ପେକ୍ଟ (ଆର୍‌ଇ.ଡବ୍ଲ୍ୟୁଆଇ.ଆର୍‌ଇ) ବା ସମ୍ମାନର ସହ ପୁନଃଚକ୍ରଣର ଶୁଭାରମ୍ଭ ହୋଇଯାଇଛି। ଏପରିକି ଟାଟା ମୋଟର୍ସର ସ୍ବୀକୃତି ପ୍ରାପ୍ତ ଡିଲର ରାଜସ୍ଥାନର ଜୟପୁର ଗଙ୍ଗାନଗରର ‘ବାହାନ ଉଦ୍ୟୋଗ ପ୍ରାଇଭେଟ ଲିମିଟେଡ୍‌’ ଆନୁକୂଲ୍ୟରେ କମ୍ପାନୀର ପ୍ରଥମ ପଞ୍ଜୀକୃତ ଯାନ ରଦ୍ଦୀକରଣ ସୁବିଧା (ଆର୍‌ଭିଏସ୍‌ଏଫ୍‌) ର ଉଦ୍‌ଘାଟନ କରାଯାଇଛି। ଏହି ଅବସରରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଭୟ କମ୍ପାନୀର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ବିଶେଷକରି ଏହି ଅତ୍ୟାଧୁନିକ ସୁବିଧା ବାର୍ଷିକ ୧୫,୦୦୦ ଯାନର କ୍ଷମତା ରଖିଛି। ଏପରିକି ସରକାରଙ୍କ ନୂଆ ନିୟମ ଅନୁଯାୟୀ କାର୍ଯ୍ୟକାଳ ଶେଷ ହୋଇଯାଇଥିବା ଯାନର ନିରାପଦ ତଥା ସ୍ଥାୟୀ ବିଖଣ୍ଡନ ପାଇଁ ବିଶ୍ୱସ୍ତରୀୟ ପରିବେଶ ଅନୁକୂଳ ପ୍ରକ୍ରିୟା ଅନୁସରଣ କରିଥାଏ। ସେହିଭଳି ଏଠାରେ ସବୁ ବ୍ରାଣ୍ଡ୍‌ର କାର୍ଯ୍ୟକାଳ ଶେଷ ହୋଇଯାଇଥିବା ଯାତ୍ରୀବାହୀ ଏବଂ ବାଣିଜି୍ୟକ ଯାନର ରଦ୍ଦୀକରଣ କରିବାକୁ ଉଭୟ ସଂସ୍ଥା ଦ୍ୱାରା ଏହା ବିକଶିତ ଏବଂ ସଞ୍ଚାଳିତ ହୋଇଥାଏ।
ଏ ସମ୍ପର୍କରେ ଟାଟା ମୋଟର୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଗିରୀଶ ଓ୍ବାଘ କହିଛନ୍ତି, ଟାଟା ମୋଟର୍ସରେ ଗତିଶୀଳତାକୁ ଅଧିକ ସବୁଜ ଏବଂ ସ୍ଥାୟୀ କରିବା ପାଇଁ ଏହାର ପ୍ରତ୍ୟେକ ବିଭବକୁ ପରୀକ୍ଷା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri