ଟାଟା ମୋଟର୍ସର ପ୍ରିମିୟମ ଏସ୍‌ୟୁଭି ଅଲ୍‌ ନ୍ୟୁ ଟାଟା ହ୍ୟାରିୟରର ଅନାବରଣ

ଭୁବନେଶ୍ୱର, ୧୬।୧୧ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପ୍ରିମିୟମ ଏସ୍‌ୟୁଭି ‘ଦି ଅଲ୍‌ ନ୍ୟୁ ଟାଟା ହ୍ୟାରିୟର’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ମୋଟର୍ସର ସ୍ବୀକୃତିପ୍ରାପ୍ତ ଡିଲର ତୃପ୍ତି ମୋଟର୍ସ (ତୃପ୍ତି ଏଣ୍ଟରପ୍ରାଇଜେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌) ର ବରମୁଣ୍ଡା ୟୁନିଟ୍‌ ପକ୍ଷରୁ ଗୁରୁବାର ଏକ ସ୍ବତନ୍ତ୍ର ଅନାବରଣ ଓ ଡେଲିଭରି ସେରିମନିର ଆୟୋଜନ କରାଯାଇଥିଲା।

ଉକ୍ତ ଉତ୍ସବରେ ଇଣ୍ଡିଆନ ଆଇଡଲ ଫେମ୍‌ ଡା. ରୋହନ ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟାଟା ମୋଟର୍ସ ପାସେଞ୍ଜର ଭେଇକିଲ୍ସ ଲିମିଟେଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର ରିଜିଓନାଲ ସେଲ୍‌ସ ଏମ୍‌ଡି ସୋଏବଙ୍କ ସମେତ ତୃପ୍ତି ମୋଟର୍ସର ଏମ୍‌ଡି ବିମଳେନ୍ଦୁ ମହାନ୍ତି, ଡାଇରେକ୍ଟର ଶୁଭେନ୍ଦୁ ମହାନ୍ତି, ସିଇଓ ଡ. ରଞ୍ଜନ କୁମାର ମହାପାତ୍ର ଏବଂ ଜିଏମ୍‌ ବିକାଶ ପ୍ରଧାନ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ଦି ଅଲ୍‌ ନ୍ୟୁ ଟାଟା ହ୍ୟାରିୟରରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସହ ପ୍ରମୁଖ କି ଫିଚର ସାମିଲ ରହିଛି। ସେହିଭଳି ଶକ୍ତିଶାଳୀ ବିଏସ୍‌୬ ଇଞ୍ଜିନ ଏବଂ ବୃହତ୍‌ ତେଲଟାଙ୍କି ଓ ସ୍ପେସ୍‌ ଉପଲବ୍ଧ। ବିଶେଷକରି ୫ସିଟ୍‌ ବିଶିଷ୍ଟ ଏହି ପ୍ରିମିୟମ ଏସ୍‌ୟୁଭିରେ ଅନେକ ବୈଷୟିକ ଫିଚର ଓ ଆକର୍ଷଣୀୟ ଡିଜାଇନ ଗାଡ଼ିର ଚାହିଦାକୁ ଦ୍ୱିଗୁଣିତ କରିଛି। ଏପରିକି ଆକର୍ଷଣୀୟ ରଙ୍ଗ ଓ ସେଫ୍ଟି ଫିଚର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି ବୋଲି ଟାଟା ମୋଟର୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ନ କିଣିବା ପାଇଁ କାହିିଁକି ଅପିଲ କଲେ ପ୍ରଧାନମନ୍ତ୍ରୀ, ୧୯୮୦ରେ ଘଟିଥିଲା କ’ଣ? ଜାଣିଲେ ଆପଣ ବି…

ନୂଆଦିଲ୍ଲୀ,୧୧।୫: ଗତ ଦେଢ଼ ବର୍ଷ ମଧ୍ୟରେ ସୁନାର ବୃଦ୍ଧି ପାଉଥିବା ମୂଲ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତରେ ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ସ୍ତ୍ରୀଙ୍କ ସହ ଖୋଲନ୍ତୁ ଏହି ଖାତା, ୧୦ବର୍ଷରେ ମିଳିବ ୪୧ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ନିବେଶ…

ସଞ୍ଚୟ ଆରମ୍ଭ କରିବା ପାଇଁ କେବେବି “ଆସନ୍ତାକାଲି” ପାଇଁ ଅପେକ୍ଷା କରିବା ଉଚିତ ନୁହେଁ। ଲୋକମାନେ ପ୍ରାୟତଃ ଭାବନ୍ତି ଯେ ସେମାନେ କେବଳ ସେତେବେଳେ ନିବେଶ କରିବେ…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଏହି ଦିନ ସାରା ଦେଶରେ ବନ୍ଦ ରହିବ ଔଷଧ ଦୋକାନ! ଭାରତ ବନ୍ଦ ଡାକରା ଦେବେ…

ନୂଆଦିଲ୍ଲୀ,୭।୫: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କୌଣସି ସଦସ୍ୟ ନିୟମିତ ଭାବରେ କୌଣସି ରୋଗ ପାଇଁ ଔଷଧ ଖାଆନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

୮,୦୦୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତୀକରଣ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଟିପି ସେଣ୍ଟ୍ର୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି-୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସ୍‌ଏସ୍‌ଠାରେ ଏକ ୨୫ ଏମ୍‌ଭିଏ ପାୱାର ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ…

Trisha Krishnan ଙ୍କ ୧୦ କୋଟି ଟଙ୍କାର ଘର, ବିଳାସପୂର୍ଣ୍ଣ ମର୍ସିଡିଜ, ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୫।୫: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ Trisha Krishnan ପୁନର୍ୱାର ଚର୍ଚ୍ଚାରେ ଆସିଛନ୍ତି, ତାଙ୍କର ଲକ୍ସୁରିଅସ ଲାଇଫ୍‌ ଷ୍ଟାଇଲ ଓ କୋଟିକୋଟି ସମ୍ପତ୍ତିକୁ ନେଇ। ଏହି…

ବ୍ୟାଙ୍କରେ ୨୧୩ କୋଟି ୧୯ ଲକ୍ଷର ସେୟାର, ବିଜୟ ଥାଲାପଥିଙ୍କ ସମ୍ପତ୍ତି ଜାଣିଲେ କାବା ହୋଇଯିବେ…

ନୂଆଦିଲ୍‌ଲୀ,୫।୫: ୨୦୨୬ ତାମିଲନାଡୁ ବିଧାନସଭା ନିର୍ୱାଚନରେ ଟିଭିକେ ଏକକ ବୃହତ୍ତମ ଦଳ ଭାବରେ ଉଭା ହେବା ସହିତ, ସମସ୍ତଙ୍କ ନଜର ଏହାର ପ୍ରତିଷ୍ଠାତା ଏବଂ ମୁଖ୍ୟ ସି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri