ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି। ଆଉ କେତେବେଳେ ଆଉଟସୋର୍ସିଂ ସଂସ୍ଥା ମଧ୍ୟ ବିଭିନ୍ନ କାରଣ ଦର୍ଶାଇ ଛଟେଇ କରୁଛନ୍ତି। ଫଳରେ ବର୍ଷବର୍ଷ ଧରି ସେବା ଯୋଗାଇ ଆସୁଥିବା କର୍ମଚାରୀଙ୍କ ଭବିଷ୍ୟତ ହଠାତ୍‌ ଅନ୍ଧାରକୁ ଚାଲିଯାଉଛି। ଏହିଭଳି ମିଟର ରିଡର୍‌ମାନଙ୍କ ଅବସ୍ଥା ମଧ୍ୟ ହୋଇଯାଇଛି। ସଂସ୍ଥା ଯେତେବେଳେ ଚାହୁଁଛି ଛଟେଇ କରିଦେଉଛି। ଇତିମଧ୍ୟରେ ମିଟର ରିଡର୍‌ ସଙ୍ଘର ବରିଷ୍ଠ କର୍ମକର୍ତ୍ତା ଭଞ୍ଜନଗରର ଅରକ୍ଷିତ ପରିଛାଙ୍କୁ ଗତ ମାସରେ ସଂସ୍ଥା ଛଟେଇ କରିଥିଲା। ଯାହାକୁ ନେଇ ମିଟର ରିଡର ସଂଘର ସଦସ୍ୟମାନେ ବୁଧବାର ଭଞ୍ଜନଗର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାପରେ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଦାବି ହୋଇଛି। ନଚେତ୍‌ ସଂଘ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରିବ ବୋଲି କେତେକ କର୍ମକର୍ତ୍ତା ଏଠାରେ ପ୍ରକାଶ କରିଛନ୍ତି। ଆଜିର ବିକ୍ଷୋଭ ସମୟରେ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲାର ମିଟର ରିଡର୍‌ମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ଅନେକ କର୍ମଚାରୀଙ୍କୁ ଏହିଭଳି ଛଟେଇ କରାଯାଇଥିବା ଯୋଗୁ ଆଜି ଦକ୍ଷିଣ ଓଡ଼ିଶାର ୮ ଟି ଜିଲାରେ ଥିବା ଟାଟା ପାଓ୍ବାର କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?