ଆଇଜିଆଇଟି ସରାଙ୍ଗ ସହ ଟାଟା ପାଓ୍ବାରର ବୁଝାମଣା

ଭୁବନେଶ୍ୱର,୧୫।୭: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଟାଟା ପାଓ୍ବାର ଏବଂ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଜିଆଇଟି), ସରାଙ୍ଗ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି ଶିକ୍ଷା ଓ ନିଯୁକ୍ତି ହାସଲ କ୍ଷମତା ମଧ୍ୟରେ ରହିଥିବା ଅନ୍ତର ଦୂରକରିବା ଲାଗି ଉକ୍ତ ବୁଝାମଣା ହୋଇଥିବା ଉଭୟ ପକ୍ଷରୁ କୁହାଯାଇଛି। ଏପରିକି ଟାଟା ପାୱାର ଓ ଆଇଜିଆଇଟି ସରାଙ୍ଗର ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ଟାଟା ପାୱାରର କ୍ଲଷ୍ଟର ବ୍ୟବସାୟ ମୁଖ୍ୟ ଏଚ୍‌ଆର୍‌ (ଟି ଆଣ୍ଡ୍‌ ଡି) ସୁବୀର ବର୍ମା ଓ ଆଇଜିଆଇଟି, ସରାଙ୍ଗର ନିର୍ଦ୍ଦେଶକ ଡ.ସତ୍ୟବ୍ରତ ମହନ୍ତ ଉକ୍ତ ବୁଝାମଣା ପତ୍ରରେ ସ୍ବାକ୍ଷର କରିଥିଲେ। ଏ ସମ୍ପର୍କରେ ଟାଟା ପାୱାରର କ୍ଲଷ୍ଟର ମୁଖ୍ୟ ବିଜ୍‌ନେସ୍‌ ଏଚ୍‌ଆର୍‌ (ଟିଆଣ୍ଡ୍‌ଡି) ସୁବୀର ବର୍ମା କହିଛନ୍ତି, ବିଦ୍ୟୁତ୍‌ ଶକ୍ତି ଭଳି ଉଦୀୟମାନ କ୍ଷେତ୍ର ସମେତ ସବୁ ଶିଳ୍ପ କ୍ଷେତ୍ର ଅନିଶ୍ଚିତ ଆହ୍ବାନର ଦ୍ରୁତ ସମାଧାନ ଲାଗି ଯୋଗ୍ୟ ଓ ପ୍ରସ୍ତୁତ ରହିଥିବା ଶ୍ରମଶକ୍ତି ଉପଲବ୍ଧତା ଆବଶ୍ୟକ କରନ୍ତି। ସ୍ବତନ୍ତ୍ର ମଡ୍ୟୁଲ, ବାସ୍ତବ ସମୟ ଲାଇଭ୍‌ ପ୍ରକଳ୍ପ, ଫାକଲ୍‌ଟି ଓ ମେଣ୍ଟର ଭାବେ ବରିଷ୍ଠ ପ୍ରବନ୍ଧକ ପ୍ରଦାନ କରି ୬ମାସରେ ଓଡ଼ିଶାର ସ୍ଥାନୀୟ ଶିକ୍ଷିତ ଲୋକମାନଙ୍କୁ ଶିଳ୍ପ ପାଇଁ ପ୍ରସ୍ତୁତ କରିବା ଲାଗି ଆମ ବିଶେଷତା ପ୍ରଦାନ କରିବାକୁ ଆମେ ଚାହୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri