ଟାଟା ପାୱାରର ନୂତନ ଅଭିଯାନ

ଭୁବନେଶ୍ୱର,୧୩।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅନ୍ୟତମ ଅଗ୍ରଣୀ ଶକ୍ତି କମ୍ପାନୀ ଟାଟା ପାୱାର ପକ୍ଷରୁ ଏକ ନୂତନ ଅଭିଯାନ ଓ ବ୍ରାଣ୍ଡ୍‌ ଫିଲ୍ମ ପ୍ରମୋସନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସ୍ବଚ୍ଛ ଓ ସବୁଜ ଶକ୍ତି ଉପରେ ଆଧାରିତ ଉକ୍ତ ବିଜ୍ଞାପନ ଅଭିଯାନକୁ ସୁନ୍ଦର ଭାବେ ପ୍ରସ୍ତୁତ କରାଯାଇଛି। ଏପରିକି ପୃଥିବୀ ମାତାକୁ ଗ୍ରହଣ କରିବା, ନିଜ ଗ୍ରହକୁ ଭଲ ପାଇବା ଏବଂ ସବୁଜ ଓ ସ୍ବଚ୍ଛ ଶକ୍ତି ଆଡ଼କୁ ଅଗ୍ରସର ହେବା ଲାଗି ବିଜ୍ଞାପନରେ ବିଭିନ୍ନ ପ୍ରକାର ବାର୍ତ୍ତା ଦିଆଯାଇଛି।
ଏ ସମ୍ପର୍କରେ ଟାଟା ପାୱାରର ବ୍ରାଣ୍ଡ୍‌ ଆଣ୍ଡ୍‌ କମ୍ୟୁନିକେଶନ ମୁଖ୍ୟ ଜ୍ୟୋତି ବଂଶଲ କହିଛନ୍ତି, କପ-୨୮ରେ ବିଶ୍ବନେତାମାନେ ବିଭିନ୍ନ ଦିନ ଓ କ୍ଷେତ୍ର ଉପରେ ମାନସମନ୍ଥନ କରୁଥିବାରୁ ଏକ ସ୍ଥାୟୀ ଜୀବନଶୈଳୀ ଓ ସ୍ବଚ୍ଛ ଶକ୍ତି ସମାଧାନକୁ ଗ୍ରହଣ କରିବା ଲାଗି ଆମେ ସମସ୍ତଙ୍କୁ ଆହ୍ବାନ ଦେଉଛୁ। ବିଶେଷକରି ଗ୍ରହର ସୁରକ୍ଷା ଲାଗି ଆମ ସମସ୍ତଙ୍କୁ ପ୍ରହରୀରେ ପରିଣତ ହେବା ଲାଗି ଉକ୍ତ ଅଭିଯାନ ଜରିଆରେ ଲକ୍ଷ୍ୟ ରଖାଯାଇଛି ବୋଲି ବଂଶଲ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଉକ୍ତ ବିଜ୍ଞାପନର ଚିନ୍ତାଧାରାକୁ ଅଗ୍ରଣୀ ଇଭେଣ୍ଟ ମ୍ୟାନେଜମେଣ୍ଟ ସଂସ୍ଥା ରେଡିଫ୍ୟୁଜନ୍‌ ପକ୍ଷରୁ ନିର୍ମାଣ କରାଯାଇଛି। ସେହିଭଳି ରେଡିଫ୍ୟୁଜନ୍‌ର ଜାତୀୟ କ୍ରିଏଟିଭ ଡାଇରେକ୍ଟର ପ୍ରମୋଦ ଶର୍ମା କହିଛନ୍ତି, ସମ୍ପୂର୍ଣ୍ଣ ହୃଦୟରୁ ଏହି ଫିଲ୍ମକୁ ପ୍ରସ୍ତୁତ କରାଯାଇଛି। ଗ୍ରହ ଲାଗି ବ୍ୟକ୍ତିଗତ ସ୍ତରରେ ପଦକ୍ଷେପ ଜରୁରୀ ହୋଇପଡ଼ିଥିବା ବାର୍ତ୍ତାକୁ ବିଜ୍ଞାପନରେ ସୁନ୍ଦର ଭାବେ ବାର୍ତ୍ତା ପ୍ରଦାନ କରାଯାଇଛି। ଏଥିରେ ଉକ୍ତ ବାର୍ତ୍ତାକୁ ପୂରା ସିଧାସଳଖ ରଖାଯାଇଛି ବୋଲି ରେଡିଫ୍ୟୁଜନ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କ୍ୟାରୋଲ ଗୋଏଲ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri