ଟାଟା ପାୱାରର ନୂତନ ଅଭିଯାନ

ଭୁବନେଶ୍ୱର,୨୩।୮: ଟାଟା ପାଓ୍ବାରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ନୂତନ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶାର ଡିସ୍‌କମ୍‌ଗୁଡ଼ିକ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌), ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌), ଟିପି ନଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ଓ ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌)ର ଗ୍ରାହକ ସେବାକୁ ସରଳୀକରଣ କରିବା ସହ ଡିସ୍‌କମ୍‌ ମଧ୍ୟରେ ଥିବା ସମ୍ପର୍କରେ ମଧ୍ୟ ବ୍ୟାପକ ଉନ୍ନତି ଆଣିଛନ୍ତି। ଏପରିକି ଡିଜିଟାଲ ପ୍ଲାଟ୍‌ଫର୍ମର ବ୍ୟାପକ ନେଟ୍‌ୱର୍କ, ଗ୍ରାହକ ସେବା କେନ୍ଦ୍ର, ଗ୍ରାମୀଣ ଯୋଗାଯୋଗ ଅଭିଯାନ ଏବଂ ଗୋଷ୍ଠୀ ପରିଚାଳିତ ମଡେଲ ଭଳି ବ୍ୟବସ୍ଥା ସାଙ୍ଗକୁ ଡିସ୍‌କମ୍‌ଗୁଡ଼ିକ ବିଦ୍ୟୁତ୍‌ ସେବାକୁ ପ୍ରାୟ ୧୦ ଲକ୍ଷ ବିଦ୍ୟୁତ୍‌ ଗ୍ରାହକଙ୍କ ନିକଟତର କରିବା ସହ ସ୍ବଚ୍ଛ ଓ ଗ୍ରାହକ କୈନ୍ଦ୍ରିକ କରିପାରିଛନ୍ତି। ବିଦ୍ୟୁତ୍‌ ସେବାକୁ ଯେକୌଣସିି ସମୟରେ ଯେକୌଣସିଠାରେ ଉପଲବ୍ଧ କରିବା ଲାଗି ଗତ ୫ ବର୍ଷ ମଧ୍ୟରେ ଡିସ୍‌କମ୍‌ଗୁଡ଼ିକ ବହୁ ସଂଖ୍ୟକ ପ୍ରଯୁକ୍ତି ଆଧାରିତ ଗ୍ରାହକ ସମାଧାନ ଆରମ୍ଭ କରିଛନ୍ତି। ଗ୍ରାହକମାନେ ନୂଆ ବିଦ୍ୟୁତ୍‌ ସଂଯୋଗ ହାସଲକରିବା ଲାଗି ଅନ୍‌ଲାଇନ କିମ୍ବା କେବଳ ଏକ ମିସ୍‌ଡ କଲ୍‌ ସେବା ଜରିଆରେ ଆବେଦନ କରିପାରୁଛନ୍ତି। ଫଳରେ ଡିସ୍‌କମ୍‌ଗୁଡିକର କାର୍ଯ୍ୟାଳୟ ପରିଦର୍ଶନ ଓ କାଗଜପତ୍ର କାମ ଆବଶ୍ୟକତା ଦୂରହୋଇପାରିଛି। ପେମେଣ୍ଟ, ସେବା ଅନୁରୋଧ, ବିଲିଂ ହିଷ୍ଟ୍ରି ଓ ବାସ୍ତବ ସମୟ ଅପ୍‌ଡେଟ୍‌ ପାଇଁ ମାଇଁ ଟାଟା ପାୱାର ଆପ୍‌ ଏକ ସିଙ୍ଗଲ ୱିଣ୍ଡୋ ପ୍ଲାଟ୍‌ଫର୍ମରେ ପରିଣତ ହୋଇଛି। ଓଡ଼ିଶାର ଉଭୟ ଗ୍ରାମୀଣ ଓ ସହରାଞ୍ଚଳ ଗ୍ରାହକଙ୍କୁ ସହାୟତା ପ୍ରଦାନ କରିବା ଲାଗି ଟାଟା ପାୱାର ପକ୍ଷରୁ ପ୍ରତ୍ୟକ୍ଷ ଟଚ୍‌ ପଏଣ୍ଟରେ ବ୍ୟାପକ ନିବେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri