ଟାଟା ପାଓ୍ବାର କାର୍ଯ୍ୟାଳୟ ଘେରିଲେ ୩ ପଞ୍ଚାୟତ ବାସିନ୍ଦା

ବେଗୁନିଆପଡ଼ା,୧୦ା୮(ସୁଶାନ୍ତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ୩ ପଞ୍ଚାୟତବାସୀ ଗୁରୁବାର କୋଦଳା ଟାଟା ପାଓ୍ବାର ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଦୈନିକ ୮ରୁ ୯ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌କାଟ୍‌ ହେଉଥିବା ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛନ୍ତି ଅଧିବାସୀ।

ସୂଚନାନୁସାରେ, ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ କାଳିମେଘି, ଘୋଡ଼ାପଡ଼ା ଓ ଚନ୍ଦନପୁର, ଟଭାବଣିଆ, ଜାନିବିଲି, ବାଇଦିପଡା, ରାଇପଡା ଆଦି ଗ୍ରାମରେ ମନଇଛା ବିଦ୍ୟୁତ୍‌ କାଟ୍‌ ହେଉଛି। ଦୈନିକ ୮ରୁ ୯ ଘଣ୍ଟା ବିଦ୍ୟୁତ୍‌କାଟ୍‌ ହେବା ଫଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତିରେ ହିଂସ୍ରଜନ୍ତୁଙ୍କ ଭୟ ରହୁଛି। ଏଭଳି ଅଭିଯୋଗ କରି ଗୁରୁବାର ଉକ୍ତ ପଞ୍ଚାୟତରୁ  ଲୋକ କୋଦଳା ଟାଟା ପାଓ୍ବାର ବିଭାଗୀୟ ଯନ୍ତ୍ରୀଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି। ଆଦିବାସୀ ନେତା ତଥା ଆବାହକ ବିଜୟ ସ୍ବାଇଁଙ୍କ ନେତୃତ୍ୱରେ ଉକ୍ତ ପଞ୍ଚାୟତଗୁଡ଼ିକରୁ ବହୁ ଅଧିବାସୀ ଆଜି ଏନେଇ ଦାବିପତ୍ର ପ୍ରଦାନ କରି ତୁରନ୍ତ ଏହାର ସମାଧାନ ପାଇଁ ଦାବି କରିଛନ୍ତି। ଅଭିଯୋଗକୁ ନେଇ ୩ ଦିନ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ବିଭାଗୀୟ ଯନ୍ତ୍ରୀ କିରନ କୁମାର। ଯଦି ପଦକ୍ଷେପ ନିଆ ନ ଯିବ ତେବେ ଆଗାମୀ ସପ୍ତାହରେ ଶହ ଶହ ଲୋକ ଏକତ୍ରିତ ହୋଇ କୋଦଳା କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri