ଟାଟା ପାଓ୍ବାରର ‘ଟ୍ରେନ୍‌ ଟୁ ହାୟାର’

ଭୁବନେଶ୍ୱର,୨୮।୮: ଟାଟା ପାୱାରର ‘ଟ୍ରେନ୍‌ ଟୁ ହାୟାର’ କାର୍ଯ୍ୟକ୍ରମ ଅଧୀନରେ କମ୍ପାନୀ ଓଡ଼ିଶାର ପ୍ରମୁଖ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ସହ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଥିବା ବେଳେ ଶିଳ୍ପକ୍ଷେତ୍ରରେ ଭବିଷ୍ୟତ ଗଠନ ପାଇଁ ଯୁବ ଇଞ୍ଜିନିୟରିଂ ଛାତ୍ରୀଛାତ୍ରଙ୍କୁ ସଶକ୍ତ କରିବାର ଏକ ଗୁରୁତ୍ୱପୂର୍ଣ୍ଣ ଯାତ୍ରାର ଶୁଭାରମ୍ଭ କରିଛି। ୨୦୨୩ ଅଗଷ୍ଟ ୯ରେ ଟାଟା ପାୱାର ୱାର୍ଲଡ୍‌ ସ୍କିଲ୍‌ ସେଣ୍ଟର (ଡବ୍ଲ୍ୟୁଏସ୍‌ସି) ସହିତ ସହଯୋଗିତା ସ୍ଥାପନ କରିଥିଲା।

୨୦୨୩ ଅଗଷ୍ଟ ୮ର ଟାଟା ପାୱାର ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ ଆଣ୍ଡ୍‌ ରିସର୍ଚ୍ଚ (ଆଇଟିଇଆର୍‌) ସହ ସହଯୋଗିତା ସ୍ଥାପନ କରାଯାଇଥିଲାବେଳେ ୨୦୨୩ ଜୁଲାଇ ୨୨ରେ ଭୁବନେଶ୍ୱରର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ଓ ସିଲିକନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏସ୍‌ଆଇଟି) ସହ ବୁଝାମଣାପତ୍ର ସ୍ବାକ୍ଷର ହୋଇଥିଲା।

ସେହିଭଳି ୨୦୨୩ ଜୁଲାଇ ୧୪ରେ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି, ସରାଙ୍ଗ ସହ ଟାଟା ପାୱାର ହାତ ମିଳାଇଥିଲା।
ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କହିଛନ୍ତି, ଯୁବବର୍ଗଙ୍କୁ ଭବିଷ୍ୟତ ଲାଗି ପ୍ରସ୍ତୁତ କରି ବିଦ୍ୟୁତ୍‌ କ୍ଷେତ୍ରରେ ପ୍ରତିଭା ଦୃଶ୍ୟପଟକୁ ଆକାର ପ୍ରଦାନ କରିବାକୁ ଆମେ ପ୍ରତିବଦ୍ଧ ରହିଛୁ। ଏହି ସହଯୋଗିତାଗୁଡ଼ିକ ଜରିଆରେ ଓଡ଼ିଶାର ଯୁବବର୍ଗଙ୍କ ପାଇଁ ଆମେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ଶିଳ୍ପ ଲାଗି ତାଲିମପ୍ରାପ୍ତ ଶ୍ରମ ଶକ୍ତିରେ ଉନ୍ନତି ଆଣିବାକୁ ଲକ୍ଷ୍ୟ ରଖିଛୁ। ସେହିଭଳି ଟାଟା ପାୱାରର କ୍ଲଷ୍ଟର ମୁଖ୍ୟ, ବିଜ୍‌ନେସ୍‌ ଏଚ୍‌ଆର୍‌ (ଟି ଆଣ୍ଡ୍‌ ଡି) ସୁବୀର ବର୍ମା କହିଛନ୍ତି, ସ୍ବତନ୍ତ୍ର ମଡ୍ୟୁଲ୍‌, ବାସ୍ତବ ସମୟ ଲାଇଭ୍‌ ପ୍ରୋଜେକ୍ଟ, ଫାକଲ୍‌ଟି ଭାବେ ବରିଷ୍ଠ ପ୍ରବନ୍ଧକ ଓ ମେଣ୍ଟର ଆଦି ପ୍ରଦାନ କରି ଓଡ଼ିଶାର ସ୍ଥାନୀୟ ଶିକ୍ଷିତ ଯୁବବର୍ଗଙ୍କୁ ୬ ମାସରେ ଶିଳ୍ପ ପାଇଁ ପ୍ରସ୍ତୁତ କରିବାରେ ଆମ ବିଶେଷତାକୁ ଆମେ ବ୍ୟବହାର କରିବାକୁ ଚାହୁଁଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri