ଟାଟା ଷ୍ଟିଲ୍‌ର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୩: ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଆଣ୍ଡ୍‌ ମିନେରାଲ୍‌ସ ଡିଭିଜନ୍‌ (ଏଫ୍‌ଏଏମ୍‌ଡି) ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଭାରତୀୟ ଖଣି ଇଞ୍ଜିନିୟର ସଂଘ (ଏମ୍‌ଇଏଆଇ)ର ଭୁବନେଶ୍ୱର-ସୁକିନ୍ଦା ଚାପ୍ଟର ପାଇଁ ‘ଭାରତୀୟ ଖଣି ଶିଳ୍ପର ଆହ୍ବାନ ଓ ଭବିଷ୍ୟତ କାର୍ଯ୍ୟପନ୍ଥା’ ଶୀର୍ଷକ ବିଷୟବସ୍ତୁ ସମ୍ପର୍କିତ ଏକ ଅଧିବେଶନ ନିକଟରେ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ନେତୃବୃନ୍ଦ, ବିଶେଷଜ୍ଞ ଓ ପେସାଦାରମାନେ ଯୋଗଦେଇ ଖଣି ଶିଳ୍ପର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ବିଷୟଗୁଡ଼ିକ ଉପରେ ଆଲୋଚନା କରିଥିଲେ। ଭାରତୀୟ ଖଣି ଶିଳ୍ପ ସାମ୍ନା କରୁଥିବା ଆହ୍ବାନଗୁଡ଼ିକୁ ଜାଣିବା ଏବଂ ଭବିଷ୍ୟତ ପାଇଁ ପଥ ପ୍ରଶସ୍ତ କରିବା ଲକ୍ଷ୍ୟ ନେଇ ଆୟୋଜନ କରାଯାଇଥିବା ଏହି ଅଧିବେଶନରେ ଦେଶର ଖଣି ଦୃଶ୍ୟପଟକୁ ପ୍ରଭାବିତ କରୁଥିବା ବିଭିନ୍ନ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋକପାତ କରାଯାଇଥିଲା। ଅଂଶଗ୍ରହଣକାରୀ ମାନେ ଆଲୋଚନାରେ ଭାଗ ନେବା ସହ ଏହି କ୍ଷେତ୍ରର ଜଟିଳ ସମସ୍ୟାକୁ ଦୂର କରିବା ଲାଗି ଅଭିନବ ସମାଧାନ ଓ ରଣନୀତି ବିଷୟରେ ଚର୍ଚ୍ଚା କରିଥିଲେ। ଏହି ଅଧିବେଶନରେ ଅଧ୍ୟକ୍ଷତା କରି ଏମ୍‌ଇଏଆଇର ସଭାପତି ଏସ୍‌ ଏନ୍‌ ମାଥୁର କହିଛନ୍ତି, ଭାରତୀୟ ଖଣି ଶିଳ୍ପ ସମ୍ମୁଖୀନ ହେଉଥିବା ଆହ୍ବାନର ମୁକାବିଲା ପାଇଁ ସହଯୋଗ ଏବଂ ଏହାର ସମାଧାନ କରିବା ପାଇଁ ଏମ୍‌ଇଏଆଇ ପ୍ରତିଶ୍ରୁତିବଦ୍ଧ। ଭୁବନେଶ୍ୱର-ସୁକିନ୍ଦା ଚାପ୍ଟରର ଅଧ୍ୟକ୍ଷ (ଏମ୍‌ଇଏଆଇ) ତଥା ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିର କାର୍ଯ୍ୟନିର୍ବାହୀ ପ୍ରଭାରୀ ପଙ୍କଜ ସତିଜା କହିଛନ୍ତି, ଶ୍ରେଷ୍ଠ ଅଭ୍ୟାସର ପ୍ରସାର, ନୈତିକ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏବଂ ଅଞ୍ଚଳର ସାମାଜିକ-ଅର୍ଥନୈତିକ ବିକାଶରେ ଯୋଗଦାନ ଦେଇ ଖଣି ସୁରକ୍ଷାରେ ଉନ୍ନତି ଆଣିବା ପାଇଁ ଏମ୍‌ଇଏଆଇ ପ୍ରତିଶ୍ରୁତିବଦ୍ଧ । ଖଣି ପେସାଦାରଙ୍କ ଜ୍ଞାନ ଓ ଦକ୍ଷତା ବୃଦ୍ଧି କରିବା ଏବଂ ଖଣି ଶିଳ୍ପରେ ଦାୟିତ୍ୱପୂର୍ଣ୍ଣ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଏହା ସମର୍ପିତ । କାର୍ଯ୍ୟକ୍ରମରେ ଏମ୍‌ଇଏଆଇର ଉପାଧ୍ୟକ୍ଷ ସୁଧାଂଶୁ ପଟ୍‌ନୀ, ସମ୍ପାଦକ ଶମ୍ଭୁନାଥ ଝା, ଯୁଗ୍ମ ସମ୍ପାଦକ ତଥା କୋଷାଧ୍ୟକ୍ଷ ଆରଏସ୍‌ ରଘୁବଂଶୀ, ଏବି ପାଣିଗ୍ରାହୀ, ଆର୍‌ଏନ୍‌ ପ୍ରହରାଜ, ଏମ୍‌ ମୁଥୁକୁମାରୀ, ଶିବରାମ, ଅମିତ ଦୁବେ, ଦେବରାଜ ତିୱାରୀ, ନୀଳାଦ୍ରି ଭଟ୍ଟାଚାର୍ଯ୍ୟଙ୍କ ଭଳି ବିଶିଷ୍ଟ ମାଇନିଂ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri