ଟାଟା ଷ୍ଟିଲ୍‌କୁ ଷ୍ଟିଲ୍‌ ସଷ୍ଟେନବିଲିଟି ଚାମ୍ପିୟନ ମାନ୍ୟତା

ଭୁବନେଶ୍ୱର,୨୦।୪: ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଲଗାତର ଷଷ୍ଠ ବର୍ଷ ପାଇଁ ୱାର୍ଲଡ୍‌ ଷ୍ଟିଲ୍‌ ଆସୋସିଏସନ ପକ୍ଷରୁ ଟାଟା ଷ୍ଟିଲ୍‌କୁ ୨୦୨୩ ଷ୍ଟିଲ୍‌ ସଷ୍ଟେନବିଲିଟି ଚାମ୍ପିୟନ ମାନ୍ୟତା ପ୍ରଦାନ କରାଯାଇଛି। ବିଶେଷକରି ଅଷ୍ଟ୍ରିଆର ଭିଏନାରେ ଅନୁଷ୍ଠିତ ସ୍ବତନ୍ତ୍ର ସାଧାରଣ ବୈଠକରେ ଏ ନେଇ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୧୮ରେ ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ ହେବା ପରଠାରୁ ପ୍ରତିବର୍ଷ ଟାଟା ଷ୍ଟିଲ୍‌କୁ ଏହି ମାନ୍ୟତା ମିଳୁଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିଭଳି ସଷ୍ଟେନେବିଲିଟି ପ୍ରତି ସମ୍ପୂର୍ଣ୍ଣ ପ୍ରତିବଦ୍ଧ ଥିବା ଏକ ବିଶ୍ୱସ୍ତରୀୟ ଇସ୍ପାତ ନିର୍ମାତା ଭାବେ ନିଜର ଅଗ୍ରଣୀ ସ୍ଥାନକୁ ବଜାୟ ରଖିବା ଲାଗି ଟାଟା ଷ୍ଟିଲ୍‌ର ଉଦ୍ୟମ ପ୍ରତି ଏହି ସମ୍ମାନଜନକ ପୁରସ୍କାର ଏକ ସ୍ବୀକୃତି ବୋଲି କୁହାଯାଉଛି।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର ସିଇଓ ଓ ପରିଚାଳନା ନିର୍ଦ୍ଦେଶକ ଟି.ଭି.ନରେନ୍ଦ୍ରନ କହିଛନ୍ତି, ସଷ୍ଟେନବିଲିଟି କେବଳ ଏକ ନୈତିକ ଆବଶ୍ୟକତା ନୁହେଁ ଏହା ଏକ ବ୍ୟବସାୟ ସୁଯୋଗ ବୋଲି ଆମେ ବିଶ୍ୱାସ କରିଥାଉ। ସେହିଭଳି ଜଳବାୟୁ ପରିବର୍ତ୍ତନ ଆହ୍ବାନର ମୁକାବିଲା କରିବା ଏବଂ ଆଗାମୀ ପିଢ଼ି ପାଇଁ ଏକ ଉତ୍ତମ ଭବିଷ୍ୟତ ସୃଷ୍ଟି କରିବା ଲାଗି ଆମେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ବିଶ୍ୱ ଇସ୍ପାତ ଶିଳ୍ପର ଏକ ଅଂଶ ହୋଇଥିବାରୁ ଆମେ ବେଶ୍‌ ଗର୍ବିତ ବୋଲି ନରେନ୍ଦ୍ରନ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri