ଭୁବନେଶ୍ୱର, ୧୮।୧୧: ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ‘ଟାଟା ଷ୍ଟିଲ’ (ଟାଟା ଗ୍ରୁପ୍)ର ଓଡ଼ିଶା ୟୁନିଟ୍ ଟାଟା ଷ୍ଟିଲ୍ କଳିଙ୍ଗନଗର ୟୁନିଟ୍ ପରିଚାଳନାର ଉଲ୍ଲେଖନୀୟ ୮ମ ବାର୍ଷିକ (୮ମ ବର୍ଷ) ପୂରଣ କରିଛି। ବିଶେଷକରି ୨୦୧୫ ନଭେମ୍ବର ୧୮ରେ ଟାଟା ଷ୍ଟିଲ୍ ଯାଜପୁର ଜିଲାର କଳିଙ୍ଗନଗରଠାରେ ଭାରତର ସର୍ବବୃହତ୍ ଗ୍ରୀନ୍ଫିଲ୍ଡ ପ୍ଲାଣ୍ଟକୁ ରାଜ୍ୟ ଉଦ୍ଦେଶ୍ୟରେ ଲୋକାର୍ପିତ କରିଥିଲା। ଏପରିକି ଟାଟା ଷ୍ଟିଲ୍ କଳିଙ୍ଗନଗର ୟୁନିଟ୍ ରାଜ୍ୟର ନିରନ୍ତର ଶିଳ୍ପ ଅଭିବୃଦ୍ଧି, ବୈଷୟିକ ଜ୍ଞାନକୌଶଳ ଓ ଗୋଷ୍ଠୀ ବିକାଶର ଏକ ପରିବର୍ତ୍ତନଶୀଳ ଦିଗରେ ଗତିଶୀଳ ହେଉଛି। ଉଲ୍ଲେଖଯୋଗ୍ୟ, ୨୦୨୫-୨୬ ଆର୍ଥତ୍କ ବର୍ଷ ସୁଦ୍ଧା ଏହାର ବର୍ତ୍ତମାନର କ୍ଷମତା ୩ ମିଲିୟନ ଟନ୍ରୁ ୮ମିଲିୟନ ଟନକୁ ବୃଦ୍ଧି କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ବିଶେଷକରି ଧୂଳିକଣାର ପରିଚାଳନା ପାଇଁ ଅଭିନବ ବ୍ୟାଗ୍ ହାଉସ ଏବଂ କଠିନ ପଥରକୁ ଠିକ୍ ଭାବେ ପରିଚାଳନା କରିବା ପାଇଁ ଡିଜାଇନ କରାଯାଇଥିବା ଟ୍ରାଭେଲିଂ ଗ୍ରେଟ୍ ଫର୍ନେସ୍ ସହ ପେଲେଟ୍ ପ୍ଲାଣ୍ଟ ଉନ୍ନତ ପରିଚାଳନା ଦକ୍ଷତା ଏବଂ ପରିବେଶ ଦାୟିତ୍ୱ ଦିଗରେ ପ୍ଲାଣ୍ଟର ଅଭିଯାନକୁ ପ୍ରତିଫଳିତ କରୁଛି। ଅପରପକ୍ଷରେ ଓଡ଼ିଶାର ଉର୍ବର ଭୂମି ସହ ଯୋଡ଼ିହୋଇ ରହିଥିବା ଏବଂ ଟାଟା ଗ୍ରୁପ୍ର ଦୃଷ୍ଟିକୋଣ ଅନୁସାରେ ପରିଚାଳିତ ହେଉଥିବା ଏହି ଐତିହାସିକ ପ୍ରକଳ୍ପର ଯାତ୍ରା ୨୦୦୪ରେ ଆରମ୍ଭ ହୋଇଥିଲା।
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…
ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
Archives

