ଟାଟା ଷ୍ଟିଲ୍‌ ମାଇନିଂକୁ ଏକ୍ସଲେନ୍ସ ପୁରସ୍କାର

ଭୁବନେଶ୍ୱର,୨୩।୮: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ତଥା ପୁରସ୍କାର ଦିଆଯାଇଛି। ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ପୂର୍ବାଞ୍ଚଳ ୟୁନିଟ୍‌ ପକ୍ଷରୁ କୋଲକାତାଠାରେ ଆୟୋଜିତ ୧୭ତମ ସୁରକ୍ଷା ସିମ୍ପୋଜିୟମ୍‌ ଓ ଏକ୍ସପୋଜିସନ କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ୍‌ ମାଇନିଂର ସୁକିନ୍ଦା କ୍ରୋମାଇଟ୍‌ ଖଣିକୁ ସମ୍ମାନଜନକ ସିଆଇଆଇ ଏସ୍‌ଏଚ୍‌ଇ ଏକ୍ସଲେନ୍ସ ପୁରସ୍କାର ପ୍ରଦାନ କରାଯାଇଛି। ଏପରିକି ଏକ ସୁରକ୍ଷିତ ଓ ଦୀର୍ଘସ୍ଥାୟୀ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଲାଗି ରହିଥିବା ପ୍ରତିବଦ୍ଧତା ପାଇଁ କମ୍ପାନୀ ଉପରୋକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଖଣି କ୍ଷେତ୍ରରେ ଟାଟା ଷ୍ଟିଲ୍‌ ମାଇନିଂକୁ ଆଞ୍ଚଳିକସ୍ତରର ବିଜେତା ଭାବେ ପୁରସ୍କୃତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ଷ୍ଟିଲ୍‌ ମାଇନିଂ ପକ୍ଷରୁ କମ୍ପାନୀର ସହକାରୀ ମହାପ୍ରବନ୍ଧକ (ଏସ୍‌ଏଚ୍‌ଇ) ଠାକୁର ଅଜୟ କୁମାର, ବିଶ୍ୱମ୍ବର ନାଥ, ଡିଭିଜନାଲ ମ୍ୟାନେଜର (ପ୍ଳାଣ୍ଟ) ଶୁଭେନ୍ଦୁ ନସ୍କର ଓ ପ୍ରବନ୍ଧକ (ଖଣି) ମହମ୍ମଦ ମୁଜାହିଦ ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଆମ ଶ୍ରମଶକ୍ତିର ଉନ୍ନତି ସହିତ ପରିବେଶ ଉପରେ ପ୍ରଭାବ କମ୍‌ କରିବା ଲାଗି ଆମେ ସର୍ବଦା ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?