ଟିଏସ୍‌ଏମ୍‌ଏଲ୍‌କୁ କଳିଙ୍ଗ ପରିବେଶ ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ତଥା ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ମାନ୍ୟତା ପ୍ରଦାନ କରାଯାଇଛି। ବିଶେଷକରି ପରିବେଶ ସଂରକ୍ଷଣ ଓ ଦୀର୍ଘସ୍ଥାୟୀ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଟିଏସ୍‌ଏମ୍‌ଏଲ୍‌କୁ ‘କଳିଙ୍ଗ ପରିବେଶ ଉତ୍କର୍ଷ ପୁରସ୍କାର’ରେ ପୁରସ୍କୃତ କରାଯାଇଛି। ଶନିବାର ଏକ ୫ ତାରକା ହୋଟେଲରେ ଆୟୋଜିତ ସ୍ବତନ୍ତ୍ର ସମ୍ମାନ ସମାରୋହ କାର୍ଯ୍ୟକ୍ରମରେ ଟିଏସ୍‌ଏମ୍‌ଏଲ୍‌କୁ କଳିଙ୍ଗ ପରିବେଶ ଉତ୍କର୍ଷ ପୁରସ୍କାର ଦିଆଯାଇଛି। ସେହିଭଳି ୨୦୨୨ ବର୍ଷର ପ୍ରଦର୍ଶନ ପାଇଁ ୫ ତାରକା ବର୍ଗରେ କମ୍ପାନୀ ଉପରୋକ୍ତ ପୁରସ୍କାର ହାସଲ କରିଛି। ଉଲ୍ଲେଖଯୋଗ୍ୟ, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କ୍ୱାଲିଟି ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟ ମ୍ୟାନେଜମେଣ୍ଟ ସର୍ଭିସେସ୍‌ (ଆଇକ୍ୟୁଇଏମ୍‌ଏସ୍‌) ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡ଼ିଶା ପକ୍ଷରୁ ମିଳିତ ଭାବେ ଆୟୋଜିତ ଦୀର୍ଘସ୍ଥାୟୀ ପରିବେଶ ଓ ଜଳବାୟୁ ପରିବର୍ତ୍ତନ-୨୦୨୩ ଶୀର୍ଷକ ୮ମ ଜାତୀୟ ସେମିନାରର ଉଦ୍‌ଘାଟନୀ ତଥା ପୁରସ୍କାର ବିତରଣ ସମାରୋହରେ କମ୍ପାନୀକୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ବିଭାଗୀୟ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ ମାଇନିଂର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଏହି ସେମିନାର ଆୟୋଜନ କରିବା ଏବଂ ଶ୍ରେଷ୍ଠ ପ୍ରଥାକୁ ବାଣ୍ଟିିବା ସହ ପରସ୍ପରଠାରୁ ଶିଖିବା ଲାଗି ଶିଳ୍ପକୁ ଏକ ମଞ୍ଚ ପ୍ରଦାନ କରିଥିବାରୁ ମୁଁ ଆଇକ୍ୟୁଇଏମ୍‌ଏସ୍‌ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡ଼ିଶାକୁ ଧନ୍ୟବାଦ ଜଣାଉଛି। ଏପରିକି ଟାଟା ଷ୍ଟିଲ୍‌ ମାଇନିଂକୁ ପ୍ରଦାନ କରାଯାଇଥିବା ଉକ୍ତ ମାନ୍ୟତା ଆମକୁ ଏକ ସବୁଜ ଓ ଅଧିକ ଦୀର୍ଘସ୍ଥାୟୀ ଭବିଷ୍ୟତ ଗଠନ କରିବା ଲାଗି ଆମ ଉଦ୍ୟମକୁ ଆଗକୁ ବଢ଼ାଇବାରେ ଉତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri