ଆଇଓସିଏଲ୍‌ ସହ ଟାଟା ଷ୍ଟିଲର ବୁଝାମଣା

ଭୁବନେଶ୍ୱର,୨।୧୦: ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ଏବଂ ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଆଣ୍ଡ୍‌ ମିନେରାଲ୍‌ ଡିଭିଜନ (ଏଫ୍‌ଏଏମ୍‌ଡି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷ କରି ଟାଟା ଷ୍ଟିଲର ଫେରୋ ଆଲଏଜ୍‌ କାରଖାନାଗୁଡ଼ିକରେ କାର୍ବନ ଫୁଟ୍‌ପ୍ରିଣ୍ଟକୁ କମ୍‌ କରିବା ଲକ୍ଷ୍ୟରେ ଉକ୍ତ ବୁଝାମଣା ସ୍ବାକ୍ଷର ହୋଇଛି। ଉକ୍ତ ବୁଝାମଣା ଅନୁଯାୟୀ ଗଞ୍ଜାମ ଜିଲାର ଗୋପାଳପୁର ଓ କଟକ ଜିଲାର ଆଠଗଡ଼ଠାରେ ଥିବା ଟାଟା ଷ୍ଟିଲର ଫେରୋ ଆଲଏଜ୍‌ କାରଖାନାକୁ ଆଇଓସିଏଲ୍‌ ଏଲ୍‌ପିଜି ଯୋଗାଇଦେବ।

ଏପରିକି କମ୍ପାନୀ ପରିସରରେ ଆଇଓସିଏଲ ଏଲ୍‌ପିଜି ବ୍ୟବସ୍ଥା ସ୍ଥାପନ କରିବ ଏବଂ ତା’ର ପରିଚାଳନା ଓ ରକ୍ଷଣାବେକ୍ଷଣ ମଧ୍ୟ କରିବ। ସାଂପ୍ରତିକ ପରିବେଶ ଚିନ୍ତା ଓ କାର୍ବନ ନିର୍ଗମନ ହ୍ରାସ କରିବା ଲାଗି ବିଶ୍ୱସ୍ତରରେ ରହିଥିବା ଆବଶ୍ୟକତା ପ୍ରତି ପ୍ରତିକ୍ରିୟା ସ୍ବରୂପ, ଫର୍ନେସ୍‌ ତୈଳ ଓ ହାଇ-ସ୍ପିଡ୍‌ ଡିଜେଲ୍‌ରୁ ଅଧିକ ଦୀର୍ଘସ୍ଥାୟୀ ଇନ୍ଧନ ବିକଳ୍ପ-ଲିକ୍ୱିଫାଏଡ୍‌ ପେଟ୍ରୋଲିୟମ୍‌ ଗ୍ୟାସ୍‌ (ଏଲ୍‌ପିଜି) ଆଡ଼କୁ ପରିବର୍ତ୍ତିତ ହେବାକୁ ଟାଟା ଷ୍ଟିଲ୍‌ ନିଷ୍ପତ୍ତି ଗ୍ରହଣ କରିଛି, କମ୍ପାନୀର ଏହି ପରିବେଶ ସୁରକ୍ଷା ପଦକ୍ଷେପ କାର୍ବନ ନିର୍ଗମନକୁ ଉଲ୍ଲେଖନୀୟ ଭାବେ ହ୍ରାସ କରିବ।

ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର ଏକ୍‌ଜିକ୍ୟୁଟିଭ୍‌ ଇନ୍‌-ଚାର୍ଜ ପଙ୍କଜ ସତିଜା କହିଛନ୍ତି, ଆମ ଦୀର୍ଘସ୍ଥାୟୀ ଅଭିଯାନର ଅଂଶ ଭାବେ ଉକ୍ତ ବୁଝାମଣା କାରଖାନାଗୁଡ଼ିକରେ କାର୍ବନ ଫୁଟ୍‌ପ୍ରିଣ୍ଟ୍‌କୁ ହ୍ରାସ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri