ଭୁବନେଶ୍ୱର,୮।୭: ଟାଟା ଷ୍ଟିଲ୍ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଟାଟା ଷ୍ଟିଲ୍ ପକ୍ଷରୁ ୫.୦୧ ନିୟୁତ ଟନ୍ ଅଶୋଧିତ ଇସ୍ପାତ ଉପତ୍ାଦନ କରାଯାଇଛି। ଏଥିରେ କମ୍ପାନୀ ବାର୍ଷିକ ଆଧାରରେ ୨% ଅଭିବୃଦ୍ଧି ହାସଲ କରିଛି। ସେହିଭଳି ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍ର ଉପତ୍ାଦନ କ୍ଷମତାରେ ବୃଦ୍ଧି ଯୋଗୁ କମ୍ପାନିର ସାମଗ୍ରିକ ଉପତ୍ାଦନ ବଢ଼ିଛି। ସେହିପରି ପ୍ରଥମ ତ୍ରୈମାସରେ କମ୍ପାନୀର ଡେଲିଭରି ୧୮% ବୃଦ୍ଧି ଘଟି ୪.୮ ନିୟୁତ ଟନ୍ ହୋଇଥିବାବେଳେ ରପ୍ତାନି ୦.୨୫ ନିୟୁତ ଟନ୍ ହୋଇଛି। ଅପରପକ୍ଷରେ ଅଟୋମୋଟିଭ୍ ଓ ସ୍ବତନ୍ତ୍ର ଉପତ୍ାଦ ବର୍ଗରେ ଡେଲିଭରି ବାର୍ଷିକ ଭିତ୍ତିରେ ପ୍ରାୟ ସମାନ ରହିଛି। ଯାତ୍ରୀବାହୀ ଗାଡ଼ି ଓ ଦୁଇଚକିଆ ଯାନ ପାଇଁ ଡେଲିଭରି ବଢ଼ିଥିବା ବେଳେ ବାଣିଜି୍ୟକ ଯାନ ପାଇଁ ହ୍ରାସ ପାଇଛି। ଏପରିକି ବ୍ରାଣ୍ଡେଡ୍ ଉପତ୍ାଦ ଓ ରିଟେଲ୍ ବର୍ଗରେ ମଧ୍ୟ ଡେଲିଭରି ବାର୍ଷିକ ଭିତ୍ତିରେ ୩୭% ବୃଦ୍ଧି ପାଇଛି। ଟାଟା ଟିସ୍କନ୍ ଓ ଟାଟା ଷ୍ଟିଲିୟମ୍ର ବିକ୍ରି ପ୍ରଥମ ତ୍ରୈମାସରେ ସର୍ବାଧିକ ରହିଛି। ରେଳ, ପ୍ରି-ଇଞ୍ଜିନିୟରିଂ ହୋଇଥିବା କୋଠା ଭଳି ପ୍ରମୁଖ କ୍ଷେତ୍ରରେ ମୂଲ୍ୟଯୁକ୍ତ ଉପତ୍ାଦ ବିକ୍ରିରେ ବୃଦ୍ଧି ପାଇଁ ଶିଳ୍ପ ଉପତ୍ାଦ ଓ ପ୍ରକଳ୍ପ କ୍ଷେତ୍ରରେ ଡେଲିଭରି ବାର୍ଷିକ ଭିତ୍ତିରେ ୨୪% ବୃଦ୍ଧି ପାଇଛି।
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

