ଟାଟା ଟ୍ରଷ୍ଟର ଅନ୍ତରଣ ଉତ୍ସବ

ଭୁବନେଶ୍ୱର,୨୫।୩: ଟାଟା ଟ୍ରଷ୍ଟ ପକ୍ଷରୁ ନିକଟରେ ଆୟୋଜିତ ୩ ଦିନିଆ ‘ଅନ୍ତରଣ ଆର୍ଟିସାନ’ ପ୍ରଦର୍ଶନୀ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇଥିବା ଏହି ପ୍ରଦର୍ଶନୀ ମାର୍ଚ୍ଚ ୨୪ (ରବିବାର)ରେ ଆନୁଷ୍ଠାନିକ ଭାବେ ଶେଷ ହୋଇଥିଲା। ବିଶେଷକରି ମୌଳିକ କାରିଗରିକୁ ପ୍ରୋତ୍ସାହନ ଦେବା ତଥା ହସ୍ତତନ୍ତ କ୍ଷେତ୍ରରେ ରୂପାନ୍ତରଣ ଆଣିବା ଉଦ୍ଦେଶ୍ୟରେ ଟାଟା ଟ୍ରଷ୍ଟ ପକ୍ଷରୁ ଅନ୍ତରଣ ଉତ୍ସବ ଭୁବନେଶ୍ୱରର ନ୍ୟୁ ମ୍ୟାରିଅନ ହୋଟେଲ୍‌ଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିଲା।

ଏପରିକି ଓଡ଼ିଶାର ମାଣିଆବନ୍ଧ ଏବଂ ଗୋପାଳପୁରର କାରିଗରିକୁ ଭିତ୍ତିକରି ଏକ ୩ ଦିନିଆ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଯେଉଁଠାରେ ନୂଆପିଢ଼ିର ଯୁବ କାରିଗରଙ୍କ ସର୍ଜନାରେ ବୁଣାଯାଇଥିବା ଶାଢ଼ି, ଓଢ଼ଣି, ଷ୍ଟୋଲ ଆଦି ଉଭୟ ପ୍ରଦର୍ଶନ ଓ ବିକ୍ରୟ ପାଇଁ ଉପଲବ୍ଧ ଥିଲା। ଉପରୋକ୍ତ ସାମଗ୍ରୀଗୁଡ଼ିକ ଟସର ଘୀଚା, ମଲବେରୀ ଏବଂ କପା ସୂତାରେ ତିଆରି ହୋଇଛି। ଅପରପକ୍ଷରେ ଅନ୍ତରଣ ହେଉଛି ଭାରତର ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ରୂପାନ୍ତରଣ ଆଣିବା ଲାଗି ଟାଟା ଟ୍ରଷ୍ଟର ଏକ ଉଦ୍ୟମ ହୋଇଥିଲାବେଳେ ଏହା ଆସାମ, ନାଗାଲାଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ହସ୍ତଶିଳ୍ପ ଓ ଉଭୟ ତନ୍ତ ଏବଂ ବୁଣାକାରଙ୍କୁ ଉତ୍ସାହିତ କରି ଯୁବପିଢ଼ିଙ୍କୁ ଏହି ଶିଳ୍ପରେ ଧରି ରଖିବା ଲାଗି ସହାୟକ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri