ଟାଟାକୁ ମୋଟା ଅଙ୍କ ଦେବା ପ୍ରତିଯୋଗିତା ଚାଲିଛି: କଂଗ୍ରେସ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ବିଦ୍ୟୁତ୍‌ ଦର ବୃଦ୍ଧିକୁ ନେଇ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛିି। ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ଲଦି ଟାଟା କମ୍ପାନୀକୁ ମୋଟା ଅଙ୍କ ଦେବାକୁ ପ୍ରତିଯୋଗିତା ଚାଲିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ମଙ୍ଗଳବାର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବରିଷ୍ଠ ନେତା ପଞ୍ଚାନନ କାନୁନ୍‌ଗୋ କହିଛନ୍ତି, କରୋନା ଯୋଗୁ ବିଦ୍ୟୁତ୍‌ ବ୍ୟବହାରକାରୀ ଛୋଟ ବଡ ଦୋକାନୀ, ବିଦ୍ୟୁତ୍‌ ବ୍ୟବହାରକାରୀ ଶିଳ୍ପ ତଥା କୃଷି ସହ ସମ୍ପୃକ୍ତ ଉପଭୋକ୍ତା ଅଣ୍ଟା ସଳଖି ଛିଡା ହୋଇପାରି ନାହାନ୍ତି। ଏହି ବର୍ଗର ଉପଭୋକ୍ତା ୫୭%ରୁ ଅଧିକ ବିଦ୍ୟୁତ୍‌ ବ୍ୟବହାର କରିଥାଆନ୍ତି। ଅର୍ଥାତ୍‌ ବାର୍ଷିକ ବ୍ୟବହାର ହେଉଥିବା ହାରାହାରି ୩୬୦୦ ମୋଗାଓ୍ବାଟରୁ ପ୍ରାୟ ୨ହଜାର ମେଗାୱାଟ୍‌ ଏମାନେ ବ୍ୟବହାର କରିଥାନ୍ତି। ବିଭିନ୍ନ କମ୍ପାନୀ ଉପରେ ଗ୍ରୀଡ୍‌କୋର ପାଖାପାଖି ୭ ହଜାର କୋଟି ଟଙ୍କା ବକେୟା ପଡିଛି । ସରକାର କରୋନା ପାଇଁ ବିଦ୍ୟୁତ୍‌ ଦର ଅତି କମ୍‌ରେ ୫୦% କମାନ୍ତୁ ବୋଲି ସେ ଦାବି କରିଛନ୍ତି। କଂଗ୍ରେସ ନେତା ଗଣେଶ୍ୱର ବେହେରା କହିଛନ୍ତି, ବିଦ୍ୟୁତ୍‌ ସଂସ୍କାର ବେଳର ମୂଳ ଲକ୍ଷ୍ୟ ସାଧନ ଦିଗରେ ରାଜ୍ୟ ସରକାର ବିଚ୍ୟୁତ ହୋଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାର ଟାଟା କମ୍ପାନୀକୁ ଲୋକଙ୍କ ଅର୍ଥରୁ ମୋଟା ଅଙ୍କ ଦେବା ପ୍ରତିଯୋଗିତାରେ ଅଛନ୍ତି। ଲୋକଙ୍କ ପାଖରୁ ଦରବୃଦ୍ଧି କରି ହଜାରେ କୋଟି ଟଙ୍କା ବିତରଣ କମ୍ପାନୀକୁ ଟେକି ଦିଆଗଲା। ଅପରପକ୍ଷରେ କେନ୍ଦ୍ର ସରକାର ଏହି କମ୍ପାନୀକଗୁଡିକୁ ୮୪ କୋଟି ଟଙ୍କାର ପ୍ୟାକେଜ୍‌ ଦେବାର ଯେଉଁ ଘୋଷଣା କରିଛି ତାହା ସନ୍ଦେହ ସୃଷ୍ଟି କରୁଛି। ଟାଟା ନେବା ପରେ ଦରବୃଦ୍ଧି କ’ଣ ପାଇଁ ଓ କାହା ସ୍ବାର୍ଥରେ ହୋଇଛି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri