ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ ଭୋଟ ବର୍ଜନ ହୋଇଛି। ଢେଙ୍କାନାଳ ସହର କୁଞ୍ଜକାନ୍ତ ପ୍ରାଥମିକ ସ୍କୁଲର ୧୭୨, ଜୁବୁଲି ଟାଉନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୬ ନଂ ବୁଥରେ ସକାଳେ ପ୍ରାୟ ୧ ଘଣ୍ଟା ବିଳମ୍ବରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ଢେଙ୍କାନାଳ ସହର କୁଜଂକାନ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରର ୧୭୧ ନଂ ବୁଥ୍‌ରେ ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀ ଓ ଧରିତ୍ରୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ଶତପଥୀ ମତଦାନ କରିଥିଲେ।  ଏହି ବୁଥ୍‌ରେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ସ୍ବପ୍ନା ପ୍ରିୟଦର୍ଶିନୀ ପ୍ରଥମ କରି ମତଦାନ କରିଥିଲେ ।
ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରାଜା କାମାକ୍ଷା ପ୍ରସାଦ ସିଂହଦେଓ ଓ ରାଣୀ ସାବିତ୍ରୀ ଦେବୀ ଜୁବୁଲି ଟାଉନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ  ର ୧୭୭ ନମ୍ବର ବୁଥ ଓ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣି ୧୭୮ ନମ୍ବର ବୁଥ୍‌ରେ ମତଦାନ କରିଥିଲେ । ସେହିପରି ମିନାବଜାର କୁମ୍ଭାର ସାହି ଉର୍ଦ୍ଧୁ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୮୬  ନଂ ବୁଥ୍‌ରେ ବିଜେଡ଼ି ଏମ୍‌ପି ପ୍ରାର୍ଥୀ ଡା ଅବିନାଶ ସାମଲ ଓ ଢେଙ୍କାନାଳ ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ବିଧାୟକ ସୁଧୀର କୁମାର ସାମଲ ମତଦାନ କରିଥିଲେ ।
ସେହିପରି ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ନୁଆବଗ ପଞ୍ଚାୟତ ବାହାଲୁଣ୍ଡା ଗ୍ରାମର ୧୩୬ ନଂ ବୁଥ୍‌ରେ ଭାଜପା ପୋଲିଂ ଏଜେଣ୍ଟ ଶୁକଦେବ ପଟ୍ଟନାୟକ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପ୍ରଥମେ ରାସୋଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତରମାନେ ମୃତ ଘୋଷଣା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri