ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ ଭୋଟ ବର୍ଜନ ହୋଇଛି। ଢେଙ୍କାନାଳ ସହର କୁଞ୍ଜକାନ୍ତ ପ୍ରାଥମିକ ସ୍କୁଲର ୧୭୨, ଜୁବୁଲି ଟାଉନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୬ ନଂ ବୁଥରେ ସକାଳେ ପ୍ରାୟ ୧ ଘଣ୍ଟା ବିଳମ୍ବରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ଢେଙ୍କାନାଳ ସହର କୁଜଂକାନ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରର ୧୭୧ ନଂ ବୁଥ୍‌ରେ ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀ ଓ ଧରିତ୍ରୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ଶତପଥୀ ମତଦାନ କରିଥିଲେ।  ଏହି ବୁଥ୍‌ରେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ସ୍ବପ୍ନା ପ୍ରିୟଦର୍ଶିନୀ ପ୍ରଥମ କରି ମତଦାନ କରିଥିଲେ ।
ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରାଜା କାମାକ୍ଷା ପ୍ରସାଦ ସିଂହଦେଓ ଓ ରାଣୀ ସାବିତ୍ରୀ ଦେବୀ ଜୁବୁଲି ଟାଉନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ  ର ୧୭୭ ନମ୍ବର ବୁଥ ଓ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣି ୧୭୮ ନମ୍ବର ବୁଥ୍‌ରେ ମତଦାନ କରିଥିଲେ । ସେହିପରି ମିନାବଜାର କୁମ୍ଭାର ସାହି ଉର୍ଦ୍ଧୁ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୮୬  ନଂ ବୁଥ୍‌ରେ ବିଜେଡ଼ି ଏମ୍‌ପି ପ୍ରାର୍ଥୀ ଡା ଅବିନାଶ ସାମଲ ଓ ଢେଙ୍କାନାଳ ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ବିଧାୟକ ସୁଧୀର କୁମାର ସାମଲ ମତଦାନ କରିଥିଲେ ।
ସେହିପରି ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ନୁଆବଗ ପଞ୍ଚାୟତ ବାହାଲୁଣ୍ଡା ଗ୍ରାମର ୧୩୬ ନଂ ବୁଥ୍‌ରେ ଭାଜପା ପୋଲିଂ ଏଜେଣ୍ଟ ଶୁକଦେବ ପଟ୍ଟନାୟକ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପ୍ରଥମେ ରାସୋଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତରମାନେ ମୃତ ଘୋଷଣା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?