ଆଭ୍ୟନ୍ତରୀଣ ଜିଲାରେ ତାତି, ଉପକୂଳରେ ଆଶ୍ୱସ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଦାଉରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ତ୍ରାହି ମିଳିଛି। ଘୂର୍ଣ୍ଣିଝଡ଼ ଯୋଗୁ ପାରଦ ତଳକୁ ଖସିଛି। ମାତ୍ର ଗୁଳୁଗୁଳି ଆରମ୍ଭ ହୋଇଛି। ତେବେ ଆସନ୍ତା ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୪ ତାରିଖରେ କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଉପକୂଳରେ ତାପମାତ୍ରା ହ୍ରାସ ପାଇଥିଲେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି କଲବଲ କରୁଛି। ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆସନ୍ତା ୧୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୧, ସମ୍ବଲପୁର ୪୧.୬, ସୁନ୍ଦରଗଡ଼ ୪୧, ହୀରାକୁଦ ୪୦.୫, ତାଳଚେର ୪୧.୫, ଭବାନୀପାଟଣା ୪୦.୫, ଟିଟିଲାଗଡ଼ ୪୧.୨, ବାରିପଦାରେ ସର୍ବାଧିକ ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri