ଆଭ୍ୟନ୍ତରୀଣ ଜିଲାରେ ତାତି, ଉପକୂଳରେ ଆଶ୍ୱସ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଦାଉରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ତ୍ରାହି ମିଳିଛି। ଘୂର୍ଣ୍ଣିଝଡ଼ ଯୋଗୁ ପାରଦ ତଳକୁ ଖସିଛି। ମାତ୍ର ଗୁଳୁଗୁଳି ଆରମ୍ଭ ହୋଇଛି। ତେବେ ଆସନ୍ତା ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୪ ତାରିଖରେ କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଉପକୂଳରେ ତାପମାତ୍ରା ହ୍ରାସ ପାଇଥିଲେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି କଲବଲ କରୁଛି। ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆସନ୍ତା ୧୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୧, ସମ୍ବଲପୁର ୪୧.୬, ସୁନ୍ଦରଗଡ଼ ୪୧, ହୀରାକୁଦ ୪୦.୫, ତାଳଚେର ୪୧.୫, ଭବାନୀପାଟଣା ୪୦.୫, ଟିଟିଲାଗଡ଼ ୪୧.୨, ବାରିପଦାରେ ସର୍ବାଧିକ ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?