ତାଟିପାଟି ଗ୍ରାମ୍ୟ ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୦ା୩(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି । ଏହି ଗ୍ରାମ୍ୟ ରାସ୍ତାଟି ଦୀର୍ଘ ବର୍ଷ ଧରି ଏପରି ଅବସ୍ଥାରେ ପଡି ରହୁଥିବା ଏବଂ ରାସ୍ତା ନିର୍ମାଣ କରାଯାଉଥିଲେ ମଧ୍ୟ ନିମ୍ନମାନର କାମ ଯୋଗୁ ଏପରି ଅବସ୍ଥା ସୃଷ୍ଟି ହେଉଥିବାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି। ଗ୍ରାମବାସୀଙ୍କ କହିବା ମୁତାବକ, ନିମ୍ନମାନର କାମ ଯୋଗୁ ଏହି ଗ୍ରାମ୍ୟରାସ୍ତା ଖାଲଖମାରେ ପରିଣତ ହେଉଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଅଣଦେଖା କରି ଚାଲିଛନ୍ତି। ଏ ନେଇ ସ୍ଥାନୀୟ ପ୍ରଶାସନ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ବିଶେଷ କରି ବର୍ଷା ଦିନେ ଉକ୍ତ ରାସ୍ତା ଅତି କଦର୍ଯ୍ୟମୟ ହୋଇପଡୁଥିବା ବେଳେ ବର୍ତ୍ତମାନ ପଶ୍ଚିମାଝଡ ପ୍ରଭାବରେ ବର୍ଷା ହେଉଥିବାରୁ ବର୍ଷା ପାଣି ଜମି କର୍ଦମାକ୍ତ ତଥା ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଏପରି ଖାଲଖମା ଓ କର୍ଦ୍ଦମାକ୍ତ ରାସ୍ତାରେ ଦୈନନ୍ଦିନ ଯାତାୟ କରି ଲୋକେ ଛୋଟ ବଡ ଦୁର୍ଘଟଣାର ଶିକାର ହେଉଥିବାର ପ୍ରକାଶ କରିଛନ୍ତି। ଉକ୍ତ ଗ୍ରାମ୍ୟ ରାସ୍ତାଟି ମୁଖ୍ୟ ରାସ୍ତା ହୋଇଥିବାରୁ ଦୈନନ୍ଦିନ ଗ୍ରାମବାସୀ କାଦୁଅଭରା ରାସ୍ତାରେ ଯାତାୟାତ କରୁଛନ୍ତି। ଏଥିସହ ଏହି ରାସ୍ତାର ମରାମତି ପାଇଁ ଯେତେ କହିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଣୁଣିନଥିବାର ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଏହି ଗ୍ରାମ୍ୟ ରାସ୍ତାଟି ନିର୍ମାଣ ପାଇଁ ପୂର୍ବତନ ସ୍ଥାନୀୟ ସରପଞ୍ଚ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ନିର୍ମାଣ କରିଥିଲେ। ହେଲେ ବିଭାଗ ପକ୍ଷରୁ ସ୍ବଳ୍ପ ଅର୍ଥ ମଞ୍ଜୁର କରାଯାଇଥିବାରୁ ସେଠାରୁ କାମ ବନ୍ଦ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ଉକ୍ତ ରାସ୍ତା କାମର ସମ୍ପୂର୍ଣ୍ଣ ବିଲ ହୋଇପାରିନଥିବାରୁ ରାସ୍ତାକାମ ଆଗକୁ ହେଉନଥିବାର ଜଣାପଡ଼ିଛି। ତେବେ ଆଗାମୀ ଦିନରେ ଏହି ରାସ୍ତା ନିର୍ମାଣ ଏବଂ ସମସ୍ୟାର ସମାଧାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri