ତାଟିପାଟି ଗ୍ରାମ୍ୟ ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୦ା୩(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି । ଏହି ଗ୍ରାମ୍ୟ ରାସ୍ତାଟି ଦୀର୍ଘ ବର୍ଷ ଧରି ଏପରି ଅବସ୍ଥାରେ ପଡି ରହୁଥିବା ଏବଂ ରାସ୍ତା ନିର୍ମାଣ କରାଯାଉଥିଲେ ମଧ୍ୟ ନିମ୍ନମାନର କାମ ଯୋଗୁ ଏପରି ଅବସ୍ଥା ସୃଷ୍ଟି ହେଉଥିବାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି। ଗ୍ରାମବାସୀଙ୍କ କହିବା ମୁତାବକ, ନିମ୍ନମାନର କାମ ଯୋଗୁ ଏହି ଗ୍ରାମ୍ୟରାସ୍ତା ଖାଲଖମାରେ ପରିଣତ ହେଉଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଅଣଦେଖା କରି ଚାଲିଛନ୍ତି। ଏ ନେଇ ସ୍ଥାନୀୟ ପ୍ରଶାସନ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ବିଶେଷ କରି ବର୍ଷା ଦିନେ ଉକ୍ତ ରାସ୍ତା ଅତି କଦର୍ଯ୍ୟମୟ ହୋଇପଡୁଥିବା ବେଳେ ବର୍ତ୍ତମାନ ପଶ୍ଚିମାଝଡ ପ୍ରଭାବରେ ବର୍ଷା ହେଉଥିବାରୁ ବର୍ଷା ପାଣି ଜମି କର୍ଦମାକ୍ତ ତଥା ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଏପରି ଖାଲଖମା ଓ କର୍ଦ୍ଦମାକ୍ତ ରାସ୍ତାରେ ଦୈନନ୍ଦିନ ଯାତାୟ କରି ଲୋକେ ଛୋଟ ବଡ ଦୁର୍ଘଟଣାର ଶିକାର ହେଉଥିବାର ପ୍ରକାଶ କରିଛନ୍ତି। ଉକ୍ତ ଗ୍ରାମ୍ୟ ରାସ୍ତାଟି ମୁଖ୍ୟ ରାସ୍ତା ହୋଇଥିବାରୁ ଦୈନନ୍ଦିନ ଗ୍ରାମବାସୀ କାଦୁଅଭରା ରାସ୍ତାରେ ଯାତାୟାତ କରୁଛନ୍ତି। ଏଥିସହ ଏହି ରାସ୍ତାର ମରାମତି ପାଇଁ ଯେତେ କହିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଣୁଣିନଥିବାର ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଏହି ଗ୍ରାମ୍ୟ ରାସ୍ତାଟି ନିର୍ମାଣ ପାଇଁ ପୂର୍ବତନ ସ୍ଥାନୀୟ ସରପଞ୍ଚ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ନିର୍ମାଣ କରିଥିଲେ। ହେଲେ ବିଭାଗ ପକ୍ଷରୁ ସ୍ବଳ୍ପ ଅର୍ଥ ମଞ୍ଜୁର କରାଯାଇଥିବାରୁ ସେଠାରୁ କାମ ବନ୍ଦ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ଉକ୍ତ ରାସ୍ତା କାମର ସମ୍ପୂର୍ଣ୍ଣ ବିଲ ହୋଇପାରିନଥିବାରୁ ରାସ୍ତାକାମ ଆଗକୁ ହେଉନଥିବାର ଜଣାପଡ଼ିଛି। ତେବେ ଆଗାମୀ ଦିନରେ ଏହି ରାସ୍ତା ନିର୍ମାଣ ଏବଂ ସମସ୍ୟାର ସମାଧାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri