Posted inଜାତୀୟ

ପୃଥିବୀକୁ ବହୁ ଶିକ୍ଷା ଦେଇଛି ୯/୧୧…

ନୂଆଦିଲ୍ଲୀ,୧୧।୯: ପୃଥିବୀବାସୀଙ୍କୁ ସେପ୍ଟେମ୍ବର ୧୧(୯/୧୧) ବହୁ ଶିକ୍ଷା ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜୁରାଟର ଅହମଦାବାଦଠାରେ ସର୍ଦ୍ଦାରଧାମ ଭବନ ଲୋକାର୍ପଣ ସହିତ ସର୍ଦ୍ଦାରଧାମ ଦ୍ୱିତୀୟ ପର୍ଯ୍ୟାୟ ବାଳିକା ବିଦ୍ୟାଳୟର ଭୁମି ପୂଜନ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି।

ଏକ ଶତାବ୍ଦୀ ପୂର୍ବରୁ, ୧୮୯୩ ସେପ୍ଟେମ୍ବର ୧୧ ରେ ବିଶ୍ୱ ଧର୍ମ ସଂସଦ ଶିକାଗୋରେ ଅନୁଷ୍ଠିତ ହୋଇଥିଲା। ଏଠାରେ ସ୍ବାମୀ ବିବେକାଦନ୍ଦ ଯୋଗଦେଇ ନିଜର ଭାଷଣା ମାଧ୍ୟମରେ ଭାରତୀୟ ସଂସ୍କୃତି ଏବଂ ମାନବୀୟ ମୂଲ୍ୟବୋଧକୁ ପୃଥିବୀରେ ପରିଚିତ କରାଇଥିଲେ।

ସେହିପରି ୨୦୦୧ ସେପ୍ଟେମ୍ବର ୧୧ରେ ସମଗ୍ର ମାନବତା ଉପରେ ଆତଙ୍କବାଦ ପ୍ରହାର ହୋଇଥିଲା। ଏଭଳି ଆତଙ୍କବାଦୀ ଆକ୍ରମଣର ସ୍ଥାୟୀ ସମାଧାନ ଜରୁରୀ ହୋଇ ପଡ଼ିଛି। ଏହା କେବଳ ମାନବିକତାର ମୂଲ୍ୟବୋଧ ମାଧ୍ୟମରେ ସମ୍ଭବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ସୁବ୍ରମଣ୍ୟମ ଭାରତୀଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି। ତାମିଲ ଷ୍ଟଡିଜ ଉପରେ ’ସୁବ୍ରମଣ୍ୟମ ଭାରତୀ ଚେୟାର’ ବିଏଚୟୁ କଳା ବିଭାଗରେ ପ୍ରତିଷ୍ଠା ହେବ।

ଭବିଷ୍ୟତରେ ବଜାରରେ କେଉଁ କୌଶଳର ଚାହିଦା ରହିବ, ଆମର ଯୁବବର୍ଗ ଭବିଷ୍ୟତର ଦୁନିଆକୁ ଆଗେଇ ନେବା ପାଇଁ କ’ଣ ଆବଶ୍ୟକ କରିବେ, ଜାତୀୟ ଶିକ୍ଷା ନୀତି ଛାତ୍ରମାନଙ୍କୁ ଆରମ୍ଭରୁ ଏଥିପାଇଁ ପ୍ରସ୍ତୁତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri