ଆରବ ସାଗରରେ ବାତ୍ୟା ‘ତାଉକ୍ତାଏ’

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଆସନ୍ତା ୧୬ ତାରିଖରେ ଆରବ ସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଅଛି । ସକାଳେ ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଦକ୍ଷିଣ-ପୂର୍ବ ଆରବ ସାଗର ଓ ଲାକ୍ଷାଦ୍ୱୀପ ସହ ସମାନ୍ତରାଳ ଭାବେ ଏହା ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ଘନୀଭୂତ ହୋଇ ୧୫ ତାରିଖ ବେଳକୁ ଡିପ୍ରେସନ(ଅବପାତ) ଓ ଏହାପରେ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇପାରେ। ୧୬ ତାରିଖ ସକାଳ ସୁଦ୍ଧା ଏହା ପୂର୍ବକେନ୍ଦ୍ରୀୟ ଆରବ ସାଗର ଉପରେ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହା ଭୟଙ୍କର ବାତ୍ୟାରେ ପରିଣତ ହୋଇ ମେ’ ୧୯ ତାରିଖରେ ସ୍ଥଳଭାଗ ଅତିକ୍ରମ କରିବା ଅନୁମାନ କରାଯାଉଛି। ମ୍ୟାନ୍‌ମାର ଅନୁସାରେ ଏହାର ନାମକରଣ କରାଯାଇଛି ‘ତାଉକ୍ତାଏ’, ଯାହାର ଅର୍ଥ ହେଉଛି ଗ୍ରୀଷ୍ମମଣ୍ଡଳୀୟ ଝିଟିପିଟି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ମେ’ ୧୩ରୁ ୧୫ ଯାଏ ଲାକ୍ଷାଦ୍ୱୀପ, କେରଳ, କର୍ନାଟକ,ମହାରାଷ୍ଟ୍ର, ଗୋଆ, ଗୁଜରାଟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବର୍ଷାକୁ ଦୃଷ୍ଟିରେ ରଖି ମେ’ ୧୩ ରେ ଲାକ୍ଷାଦ୍ୱୀପ ପାଇଁ ୟେଲୋ ଓ ୧୪ ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
୧୫ ଓ ୧୬ରେ ସମୁଦ୍ର ଜୁଆର ପ୍ରାୟ ୧ ମିଟର ଉଚ୍ଚକୁ ଉଠିବାର ଆଶଙ୍କା ରହିଛି। ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଗଭୀର ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀଙ୍କୁ ତୁରନ୍ତ ଫେରି ଆସିବାକୁ କୁହାଯାଇଛି।
ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କିଛି ନାହିଁ। ତେବେ ଆକାଶ ମେଘାଚ୍ଛନ୍ନ ରହିବ। ସ୍ଥଳଭାଗ ଅତିକ୍ରମ କରି ବାତ୍ୟା ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଇଛିି। ଏଥିଯୋଗୁ ଓଡ଼ିଶାରେ ୧୯ କିମ୍ବା ୨୦ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହଛି। ଏହାର ପ୍ରଭାବରେ ରାଜ୍ୟରେ ତାତି ଆଉ ବଢିବ ନାହିଁ ବୋଲି ପୂର୍ବାନୁମାନ କରାଯାଇଛି।
ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ ପବନ ସହ ପ୍ରବଳ ବର୍ଷା ହୋଇଛି। କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଜିଲାରେ ପ୍ରବଳ ଝଡ଼ବର୍ଷା ହୋଇଛି। କେତେକ ସ୍ଥାନରେ ଗଛ ଡାଳ ଭାଙ୍ଗିବା ସହ କଚ୍ଚାଘର ଛପର ଉଡିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ୩୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର୧୬.୯, କଟକ ୨୪, ପୁରୀ ୨୯, ଅନୁଗୋଳ ୧୫, ବଲାଙ୍ଗୀର ୩୦.୨, ଟିଟିଲାଗଡ଼ ୨୩.୪, ସୋନପୁର ୩୭, ହୀରାକୁଦ ୧୯, ତାଳଚେର ୨୬, ଭବାନୀପାଟଣା ୩୦.୨, ଫୁଲବାଣୀ ୨୪.୬, ନୟାଗଡ଼ ୧୦, ବୌଦ୍ଧ ୨୨, ଛତ୍ରପୁର ୧୫, ପାରଳାଖେମୁଣ୍ଡିରେ ୧୧.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri