ଆରବ ସାଗରରେ ବାତ୍ୟା ‘ତାଉକ୍ତାଏ’

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଆସନ୍ତା ୧୬ ତାରିଖରେ ଆରବ ସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଅଛି । ସକାଳେ ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଦକ୍ଷିଣ-ପୂର୍ବ ଆରବ ସାଗର ଓ ଲାକ୍ଷାଦ୍ୱୀପ ସହ ସମାନ୍ତରାଳ ଭାବେ ଏହା ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ଘନୀଭୂତ ହୋଇ ୧୫ ତାରିଖ ବେଳକୁ ଡିପ୍ରେସନ(ଅବପାତ) ଓ ଏହାପରେ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇପାରେ। ୧୬ ତାରିଖ ସକାଳ ସୁଦ୍ଧା ଏହା ପୂର୍ବକେନ୍ଦ୍ରୀୟ ଆରବ ସାଗର ଉପରେ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହା ଭୟଙ୍କର ବାତ୍ୟାରେ ପରିଣତ ହୋଇ ମେ’ ୧୯ ତାରିଖରେ ସ୍ଥଳଭାଗ ଅତିକ୍ରମ କରିବା ଅନୁମାନ କରାଯାଉଛି। ମ୍ୟାନ୍‌ମାର ଅନୁସାରେ ଏହାର ନାମକରଣ କରାଯାଇଛି ‘ତାଉକ୍ତାଏ’, ଯାହାର ଅର୍ଥ ହେଉଛି ଗ୍ରୀଷ୍ମମଣ୍ଡଳୀୟ ଝିଟିପିଟି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ମେ’ ୧୩ରୁ ୧୫ ଯାଏ ଲାକ୍ଷାଦ୍ୱୀପ, କେରଳ, କର୍ନାଟକ,ମହାରାଷ୍ଟ୍ର, ଗୋଆ, ଗୁଜରାଟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବର୍ଷାକୁ ଦୃଷ୍ଟିରେ ରଖି ମେ’ ୧୩ ରେ ଲାକ୍ଷାଦ୍ୱୀପ ପାଇଁ ୟେଲୋ ଓ ୧୪ ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
୧୫ ଓ ୧୬ରେ ସମୁଦ୍ର ଜୁଆର ପ୍ରାୟ ୧ ମିଟର ଉଚ୍ଚକୁ ଉଠିବାର ଆଶଙ୍କା ରହିଛି। ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଗଭୀର ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀଙ୍କୁ ତୁରନ୍ତ ଫେରି ଆସିବାକୁ କୁହାଯାଇଛି।
ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କିଛି ନାହିଁ। ତେବେ ଆକାଶ ମେଘାଚ୍ଛନ୍ନ ରହିବ। ସ୍ଥଳଭାଗ ଅତିକ୍ରମ କରି ବାତ୍ୟା ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଇଛିି। ଏଥିଯୋଗୁ ଓଡ଼ିଶାରେ ୧୯ କିମ୍ବା ୨୦ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହଛି। ଏହାର ପ୍ରଭାବରେ ରାଜ୍ୟରେ ତାତି ଆଉ ବଢିବ ନାହିଁ ବୋଲି ପୂର୍ବାନୁମାନ କରାଯାଇଛି।
ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ ପବନ ସହ ପ୍ରବଳ ବର୍ଷା ହୋଇଛି। କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଜିଲାରେ ପ୍ରବଳ ଝଡ଼ବର୍ଷା ହୋଇଛି। କେତେକ ସ୍ଥାନରେ ଗଛ ଡାଳ ଭାଙ୍ଗିବା ସହ କଚ୍ଚାଘର ଛପର ଉଡିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ୩୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର୧୬.୯, କଟକ ୨୪, ପୁରୀ ୨୯, ଅନୁଗୋଳ ୧୫, ବଲାଙ୍ଗୀର ୩୦.୨, ଟିଟିଲାଗଡ଼ ୨୩.୪, ସୋନପୁର ୩୭, ହୀରାକୁଦ ୧୯, ତାଳଚେର ୨୬, ଭବାନୀପାଟଣା ୩୦.୨, ଫୁଲବାଣୀ ୨୪.୬, ନୟାଗଡ଼ ୧୦, ବୌଦ୍ଧ ୨୨, ଛତ୍ରପୁର ୧୫, ପାରଳାଖେମୁଣ୍ଡିରେ ୧୧.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?