Posted inଜାତୀୟ

‘ଟିକସ ଛାଡ଼ କରୁ କେନ୍ଦ୍ର’

ନୂଆଦିଲ୍ଲୀ, ୨୧।୨: କ୍ରମାଗତ ତୈଳ ଦର ବୃଦ୍ଧି ପ୍ରତିବାଦରେ ଶନିବାର ବିରୋଧୀ ଦଳ କଂଗ୍ରେସ ବିଭିନ୍ନ ରାଜ୍ୟରେ ରାସ୍ତାକୁ ଓହ୍ଲାଇଛି। ମଧ୍ୟପ୍ରଦେଶରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଅଧାଦିନ ବନ୍ଦ ପାଳନ କରାଯାଇଥିବାବେଳେ ରାଜସ୍ଥାନ ଓ ଦିଲ୍ଲୀରେ ବିକ୍ଷୋଭ କରାଯାଇଛି। ବନ୍ଦ ପାଳନରେ ସହଯୋଗ କରିବା ଲାଗି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲ ନାଥ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ। କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଓ ଅନ୍ୟମାନେ ଭୋପାଳରେ ବନ୍ଦ ପାଳନରେ ସାମିଲ ହୋଇଥିଲେ। କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଉପତ୍ାଦ ଶୁଳ୍କ ଛାଡ଼ କରିବାକୁ ଦିଗ୍‌ବିଜୟ ଆହ୍ବାନ ଦେଇଥିଲେ। ବନ୍ଦ ପାଳନ ବେଳେ ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ପି.ସି. ଶର୍ମାଙ୍କ ସମେତ କେତେଜଣ କଂଗ୍ରେସ ନେତାଙ୍କୁ ପୋଲିସ ଅଟକ ରଖିଥିଲା। ସେଠାରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା।
ରାଜଧାନୀ ଦିଲ୍ଲୀରେ ଯୁବକଂଗ୍ରେସ କର୍ମୀମାନେ ତୈଳ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଲ୍‌ପିଜି ଦରବୃଦ୍ଧିର ପ୍ରତିବାଦ ସ୍ବରୂପ ସେମାନେ ପାରମ୍ପରିକ ଜାଳେଣି କାଠ ଜାଳି ରୋଷେଇ କରିଥିଲେ। ଏଲ୍‌ପିଜି ସିଲିଣ୍ଡର ପିଛା ଦର ୫୦ ଟଙ୍କା ବଢ଼ିଥିବାରୁ ଏହାର ପ୍ରତିବାଦରେ କଂଗ୍ରେସ ସଦସ୍ୟମାନେ ବିନା ଶାର୍ଟରେ ବିକ୍ଷୋଭ କରିଥିଲେ। ସେହିପରି ରାଜସ୍ଥାନ ରାଜଧାନୀ ଜୟପୁରରେ ପଦଯାତ୍ରା ଓ ଟ୍ରାକ୍ଟର ରାଲି ବାହାରିଥିଲା। ସେଠାରେ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ଓ ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଥିଲା।
ଗତ କିଛିଦିନ ହେଲା ପେଟ୍ରୋଲ ଓ ଡିଜେଲ ଦର କ୍ରମାଗତ ଭାବେ ବଢ଼ିଚାଲିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଦିଲ୍ଲୀରେ ପେଟ୍ରୋଲ ଦର ୯୦ ଟଙ୍କା ୫୮ ପଇସା ଓ ଡିଜେଲ ୮୦ ଟଙ୍କା ୮୭ ପଇସାରେ ପହଞ୍ଚତ୍ଛି। ରାଜସ୍ଥାନ ଓ ମଧ୍ୟପ୍ରଦେଶର କେତେକ ସ୍ଥାନରେ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଯାଇଛି। ଦରବୃଦ୍ଧିକୁ ନେଇ ଲୋକେ ଅତିଷ୍ଠ ହୋଇପଡ଼ିଥିବାବେଳେ ଅନେକେ ସୋସିଆଲ ମିଡିଆ ଜରିଆରେ ସେମାନଙ୍କର କ୍ରୋଧ ପ୍ରକାଶ କରିବା ସହ ସରକାରଙ୍କୁ ସମାଲୋଚନା କରୁଛନ୍ତି।

‘ତୈଳ ଦର ବୃଦ୍ଧି ବିରକ୍ତିକର’

ତୈଳଦର ବୃଦ୍ଧି ବିରକ୍ତିକର ପ୍ରସଙ୍ଗ। ଦର ନ କମିବା ପର୍ଯ୍ୟନ୍ତ ଏହା ଉପରେ କାହାକୁ ବୁଝାଇବାକୁ କୌଣସି ଉତ୍ତର ନାହିଁ। ଉପଭୋକ୍ତାମାନଙ୍କ ପାଇଁ ତୈଳ ଦର ଏକ ଯୁକ୍ତିସଙ୍ଗତ ସ୍ତରକୁ କମାଇବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନେ ଆଲୋଚନା କରିବା ଆବଶ୍ୟକ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଛନ୍ତି। କେନ୍ଦ୍ରୀୟ ଓ ରାଜ୍ୟ ଟିକସ ପେଟ୍ରୋଲ ଓ ଡିଜେଲ୍‌ ଖୁଚୁରା ବିକ୍ରି ମୂଲ୍ୟ ଉପରେ ଯଥାକ୍ରମେ ୬୦ ପ୍ରତିଶତ ଓ ୫୪ ପ୍ରତିଶତ ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri