Posted inଜାତୀୟ

୪୦ ଘଣ୍ଟା, ୧୩ ମେଶିନ, ୧୭୯କୋଟି ଟଙ୍କା, ୮୦ଟି ବାକ୍ସରେ ଗଲା ବ୍ୟାଙ୍କ

କାନପୁର,୨୫ ।୧୨: ଉତ୍ତର ପ୍ରଦେଶ କାନପୁରର ଜଣେ ବ୍ୟବସାୟୀଙ୍କ ଘରେ ଡିଜିଜିଆଇ ଦ୍ୱାରା ରେଡ କରାଯିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ପରଫ୍ୟୁମ ଓ କମ୍ପାଉଣ୍ଡ ଟ୍ରେଡର ପିୟୁଷ ଜୈନ ନାମକ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ କରାଯିବା ପରେ ପୁଳା ପୁଳା ଟଙ୍କା ମିଳିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଦୀର୍ଘ ୪୦ ଘଣ୍ଟା ମଧ୍ୟରେ ୧୩ଟି ମେଶିନ୍ ଲାଗି ଟଙ୍କା ଗଣାଯାଇଥିବା ବେଳେ ୧୭୯ କୋଟି ଟଙ୍କା ୮୦ଟି ବାକ୍ସରେ ଭର୍ତ୍ତି ହୋଇ ଷ୍ଟେଟବ୍ୟାଙ୍କର ମୁଖ୍ୟ ଶାଖାକୁ ପଠାଯାଇଛି । ଏତିକିରେ କଥା ସରିନି । ବିଳମ୍ବିତ ରାତି ପର୍ଯ୍ୟନ୍ତ ଗଣାଯାଇଥିବା ଟଙ୍କାର ମୂଲ୍ୟ ୧୭୯ କୋଟି ବୋଲି ଜଣାପଡିଛି । କେବଳ ସେତିକି ନୁହେଁ ଉକ୍ତ ବ୍ୟବସାୟୀଙ୍କ ଘରୁ କୋଟି ଖୋଟି ଟଙ୍କାର ଗହଣା ମଧ୍ୟ ଜବତ କରାଯାଇଛି । ପିୟୁଷଙ୍କ କନୌଜ ସ୍ଥିତ ଘରୁ ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ଜବତ କରାଯାଇଛି । ଶୁକ୍ରବାର ବିଳମ୍ବିତ ରାତିରେ ପିୟୁଷଙ୍କ କନୌଜ ସ୍ଥିତ ଘରେ ଚଢାଉ କରାଯାଇଥିଲା । ଆଲମିରା ଚାବି ନ ମିଳିବାରୁ ଏହାକୁ ଭାଙ୍ଗି ଦିଆଯାଇଥିଲା । ସେଠାରୁ ୪ କୋଟି ଟଙ୍କା ଓ ୧କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ମିଳିଥିବା ସୂଚନା ରହିଛି । ପିୟୁଷଙ୍କ ଆନନ୍ଦପୁରୀ ବାସଭବନର ପାଚେରୀରୁ ବିଡା ବିଡା ଟଙ୍କା ମିଳିଥିବା ସୂଚନା ମିଳିଛି । ବୁଧବାର ପିୟୁଷଙ୍କ ଘରେ ଚଢାଉ କରାଯାଇଥିବା ବେଳେ କିଛି ଆଲମିରା ବନ୍ଦଥିଲା ଓ ଏହାର ଚାବି ନ ମିଳିବାରୁ ଡୁପ୍ଲିକେଟ ଚାବି ମାଧ୍ୟମରେ ଆଲମିରା ଖୋଲାଯାଇ ଶୁକ୍ରବାର ଟଙ୍କା ଗଣତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri