Posted inଜାତୀୟ

୪୦ ଘଣ୍ଟା, ୧୩ ମେଶିନ, ୧୭୯କୋଟି ଟଙ୍କା, ୮୦ଟି ବାକ୍ସରେ ଗଲା ବ୍ୟାଙ୍କ

କାନପୁର,୨୫ ।୧୨: ଉତ୍ତର ପ୍ରଦେଶ କାନପୁରର ଜଣେ ବ୍ୟବସାୟୀଙ୍କ ଘରେ ଡିଜିଜିଆଇ ଦ୍ୱାରା ରେଡ କରାଯିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ପରଫ୍ୟୁମ ଓ କମ୍ପାଉଣ୍ଡ ଟ୍ରେଡର ପିୟୁଷ ଜୈନ ନାମକ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ କରାଯିବା ପରେ ପୁଳା ପୁଳା ଟଙ୍କା ମିଳିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଦୀର୍ଘ ୪୦ ଘଣ୍ଟା ମଧ୍ୟରେ ୧୩ଟି ମେଶିନ୍ ଲାଗି ଟଙ୍କା ଗଣାଯାଇଥିବା ବେଳେ ୧୭୯ କୋଟି ଟଙ୍କା ୮୦ଟି ବାକ୍ସରେ ଭର୍ତ୍ତି ହୋଇ ଷ୍ଟେଟବ୍ୟାଙ୍କର ମୁଖ୍ୟ ଶାଖାକୁ ପଠାଯାଇଛି । ଏତିକିରେ କଥା ସରିନି । ବିଳମ୍ବିତ ରାତି ପର୍ଯ୍ୟନ୍ତ ଗଣାଯାଇଥିବା ଟଙ୍କାର ମୂଲ୍ୟ ୧୭୯ କୋଟି ବୋଲି ଜଣାପଡିଛି । କେବଳ ସେତିକି ନୁହେଁ ଉକ୍ତ ବ୍ୟବସାୟୀଙ୍କ ଘରୁ କୋଟି ଖୋଟି ଟଙ୍କାର ଗହଣା ମଧ୍ୟ ଜବତ କରାଯାଇଛି । ପିୟୁଷଙ୍କ କନୌଜ ସ୍ଥିତ ଘରୁ ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ଜବତ କରାଯାଇଛି । ଶୁକ୍ରବାର ବିଳମ୍ବିତ ରାତିରେ ପିୟୁଷଙ୍କ କନୌଜ ସ୍ଥିତ ଘରେ ଚଢାଉ କରାଯାଇଥିଲା । ଆଲମିରା ଚାବି ନ ମିଳିବାରୁ ଏହାକୁ ଭାଙ୍ଗି ଦିଆଯାଇଥିଲା । ସେଠାରୁ ୪ କୋଟି ଟଙ୍କା ଓ ୧କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ମିଳିଥିବା ସୂଚନା ରହିଛି । ପିୟୁଷଙ୍କ ଆନନ୍ଦପୁରୀ ବାସଭବନର ପାଚେରୀରୁ ବିଡା ବିଡା ଟଙ୍କା ମିଳିଥିବା ସୂଚନା ମିଳିଛି । ବୁଧବାର ପିୟୁଷଙ୍କ ଘରେ ଚଢାଉ କରାଯାଇଥିବା ବେଳେ କିଛି ଆଲମିରା ବନ୍ଦଥିଲା ଓ ଏହାର ଚାବି ନ ମିଳିବାରୁ ଡୁପ୍ଲିକେଟ ଚାବି ମାଧ୍ୟମରେ ଆଲମିରା ଖୋଲାଯାଇ ଶୁକ୍ରବାର ଟଙ୍କା ଗଣତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri