ଟ୍ୟାକ୍ସି ଚୋରି ପରେ ଡ୍ରାଇଭରଙ୍କୁ ହତ୍ୟାକରି ପିଙ୍ଗିଦେଇଥିଲେ

ଆନନ୍ଦପୁର,୨୮।୬(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘସିପୁରା ପୋଲିସ ବୁଧବାର ଉଦ୍ଧାର କରିଥିବା ଗଳିତ ମୃତଦେହ ଘଟଣାର ପର୍ଦାଫାଶ ହୋଇଛି। ଦୁର୍ବୃତ୍ତମାନେ ଟ୍ୟାକ୍ସି ଚୋରି କରି ଡ୍ରାଇଭରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଇଥିବା ଘଟଣା ଜଣାପଡିଛି।

ସୂଚନାଯୋଗ୍ୟ, ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ ଦରଖଳା ନିକଟ ରାସ୍ତା ପାର୍ଶ୍ୱରୁ ପୋଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଥିଲା। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୩୨.୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ମୃତଦେହ ପୁରୀ ଜିଲା କଣାସ ଥାନା ଛୋଟିଯୋଡି ଗାଁର ଭଗବାନ ବଇରି ଓରଫ ରଞ୍ଜନ ବୋଲି ଜାଣିବାକୁ ପାଇଥିଲା। ପୋଲିସଠାରୁ ଖବର ପାଇ ମୃତକଙ୍କ ସମ୍ପର୍କୀୟ ଚିନ୍ତାମଣି ବଇରୀ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ଆବଶ୍ୟକ ପରିଚୟ ଦେଇ ମୃତଦେହ ଚିହ୍ନଟ କରି ଘରକୁ ନେଇଛନ୍ତି।
ଅନ୍ୟପକ୍ଷେ ଟ୍ୟାକ୍ସି ଡ୍ରାଇଭର ନିଖୋଜ ଥିବା ଖବର ପୋଲିସ ନଜରରେ ରହିଥିଲା ବୋଲି ଘସିପୁରା ଥାନା ଅଧିକାରୀ ବିକ୍ରମ କୁମାର ଭୁୟାଁ କହିଛନ୍ତି। ଏପରିକି ଟ୍ୟାକ୍ସି ଚାଳକଙ୍କ ମୋବାଇଲ ଟ୍ରେସିଂ ଦ୍ୱାରା ସେ ଘଟଗାଁ ରେଞ୍ଜ ଅଞ୍ଚଳରେ ରହିଥିବା ଜଣାପଡିଥିଲା। ପୋଲିସ ମୃତଦେହ ଉଦ୍ଧାର କରି ପରିଚୟ ପାଇବା ପରେ ମୃତକଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଥିଲା।
ସୂଚନାଯୋଗ୍ୟ, ଭଗବାନ ପେସାରେ ଜଣେ ଟ୍ୟାକ୍ସି ଡ୍ରାଇଭର ଥିବାବେଳେ ଚଳିତ ମାସ ୨୪ ତାରିଖ ସନ୍ଧ୍ୟାରେ କଟକ କଲେଜ ଛକରୁ ୨ଜଣ ପୁଅ ଓ ଜଣେ ଝିଅ ଯାଜପୁର ଯିବାକୁ କହି ଭଡ଼ାରେ ନେଇଥିଲେ। ପରବର୍ତ୍ତୀ ସମୟରେ ଭଗବାନଙ୍କ ଆଉ କୌଣସି ପତ୍ତା ମିଳି ନ ଥିଲା। ପରିବାର ଲୋକେ ଅନେକ ଖୋଜାଖୋଜି ପରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ଏନେଇ ୨୫ ତାରିଖ ସନ୍ଧ୍ୟାରେ କଟକ ମାଲଗୋଦାମ ଥାନାରେ ଭଗବାନ ନିଖୋଜ ଥିବା ନେଇ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri