Posted inଜାତୀୟ

ପାର୍ଲାମେଣ୍ଟକୁ ସାଇକେଲରେ ଆସିଲେ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୫।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ଅଧିବେଶନରେ ଯୋଗଦେବାକୁ ଟିଡିପି ଏମ୍‌ପି ଆପାଲା ନାଇଡୁ ସାଇକେଲରେ ଆସି ପାର୍ଲାମେଣ୍ଟରେ ପହଞ୍ଚିଥିଲେ। ଏହି ଅବସରରେ ଏମ୍‌ପି ଆପାଲା ପାରମ୍ପରିକ ପୋଷାକ ମଧ୍ୟ ପରିଧାନ କରିଥିବାର ନଜର ଆସିଛନ୍ତି। ବର୍ତ୍ତମାନ ଏମ୍‌ପି ଆପାଲା ପାର୍ଲାମେଣ୍ଟକୁ ସାଇକେଲରେ ଆସିବା ଦିଲ୍ଲୀରେ ଦେଖାଦେଇଥିବା ବାୟୁ ପ୍ରଦୂଷଣ ଉପରେ ଏକ ବାର୍ତ୍ତା ବୋଲି ମଧ୍ୟ ଚର୍ଚ୍ଚା ହେଉଛି।

ଅଧିବେଶନ ଆରମ୍ଭରୁ ବିରୋଧୀ ଆଦାନୀ ଗ୍ରୁପ ବିରୋଧରେ ଆମେରିକା ଆଣିଥିବା ଲାଞ୍ଚ ଅଭିଯୋଗ ସମେତ ମଣିପୁର ହିଂସା ପ୍ରସଙ୍ଗ ଏବଂ ଓ୍ବାକଫ୍‌ ସଂଶୋଧନ ବିଲ ଉପରେ ତୁରନ୍ତ ଆଲୋଚନା ପାଇଁ ଦାବି କରି ଉଭୟ ଗୃହରେ ହୋ-ହଲ୍ଲା କରିଥିଲେ। ଏନେଇ ଉଭୟ ଗୃହକୁ ବାଚସ୍ପତି ସ୍ଥଗିତ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସମ୍ବିଧାନ ଦିବସ ଅବସରରେ ଗୃହକାର୍ଯ୍ୟ ବନ୍ଦ ରହିବ। ଏଭଳି ପରିସ୍ଥିତିରେ ବୁଧବାର ପୁଣି ଗୃହ ପ୍ରକ୍ରିୟା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri